ଏଆଇଏସ୍‌ ଉଇଣ୍ଡୋଜର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

ଭୁବନେଶ୍ୱର,୧୨।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଗ୍ଲାସ ନିର୍ମାତା ‘ଏଆଇଏସ୍‌ ଉଇଣ୍ଡୋଜ’ର ଏକ୍ସକ୍ଲୁସିଭ ଆଉଟଲେଟ ବୁଧବାର ଭୁବନେଶ୍ୱରର ପୁରୀ ବାଇପାସ ରୋଡର ଏସଆର ଭ୍ୟାଲିରେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର (ଫ୍ରାଞ୍ଚାଇଜର) ଭାରତ ପ୍ଲାଏଉଡ୍‌ସ (ଭାରତ ସେଲ୍‌ସ)ଆନୁକୂଲ୍ୟରେ ଏହି ନୂତନ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଆନୁଷ୍ଠାନିକ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଆଇଏସ ଉଇଣ୍ଡୋଜର ଆର୍‌ଏମ୍‌ ଓଡିଶା ଅଟଳ ବିହାରୀ ସାହୁ, ଏସଜେଡିଏମ ବିନୟ କୁମାର, ସିଡିଏମ ସଞ୍ଜୁ ଗୁପ୍ତାଙ୍କ ସମେତ ଭାରତ ପ୍ଲାଏଉଡ୍‌ସ (ଭାରତ ସେଲସ)ର ଏମଡି ବ୍ରଜେନ୍ଦ୍ର ରାୟ, ବିଏ ପୀୟୂଷ ରାୟ ଏବଂ ରଶ୍ମି ଠାକୁର ପ୍ରମୁଖ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ଓଡିଶା ବଜାରରେ ‘ଏଆଇଏସ ଉଇଣ୍ଡୋଜ’ର ଏହା ପ୍ରଥମ ଓ ନୂତନ ଷ୍ଟୋରର ଶୁଭାରମ୍ଭ ହୋଇଥିଲାବେଳେ ଆଗାମୀ ଦିନରେ ରାଜ୍ୟର ପ୍ରମୁଖ ବଜାରଗୁଡିକରେ କମ୍ପାନୀର ଏକ୍ସକ୍ଲୁସିଭ ଆଉଟଲେଟ ଖୋଲିବା ସହିତ ଗ୍ରାହକଙ୍କୁ ଗୁଣାତ୍ମକ ସେବା ଓ ସାମଗ୍ରୀ ଯୋଗାଇ ଦେବାକୁ ବ୍ରାଣ୍ଡ୍‌ ଲକ୍ଷ୍ୟ ରଖିଛି। ଏପରିକି ଗ୍ଲାସର ବିଭିନ୍ନ ଉତ୍ପାଦଠାରୁ ଆରମ୍ଭ କରି ୟୁପିଭିସି ଏବଂ ସିଷ୍ଟମର ସମସ୍ତ ସାମଗ୍ରୀ ଏଠାରୁ ସୁଲଭ ମୂଲ୍ୟରେ ଗ୍ରାହକ ପାଇପାରିବେ। ସେହିଭଳି ୧୪୦୦ ବର୍ଗ ଫୁଟ ପରିମିତ ଅଞ୍ଚଳରେ ଗଢି ଉଠିଥିବା ଏହି ନବନିର୍ମିତ ଷ୍ଟୋରରେ ବ୍ରାଣ୍ଡର ଉଭୟ ୟୁପିଭିସି ଡୋର ଆଣ୍ଡ ଉଇଣ୍ଡୋ ସଲ୍ୟୁଶନ ସହିତ ବିଭିନ୍ନ ବର୍ଗର ଆଲୁମିନିୟମ ଉତ୍ପାଦ ମଧ୍ୟ ଉପଲବ୍ଧ।
ଏହି ପରିପ୍ରେକ୍ଷୀରେ ପୀୟୂଷ ରାୟ କହିଥିଲେ, ଆମେ ବଜାର ଚାହିଦା ଓ ଗ୍ରାହକଙ୍କ ଆବଶ୍ୟକତାକୁ ପ୍ରାଥମିକତା ଦେବା ସହିତ ଗୁଣାତ୍ମକ ସେବା ଯୋଗାଇ ଦେବାକୁ ଆଶା ରଖିଛୁ। ସେବାକୁ ସବର୍ର୍ାଧିକ ପ୍ରାଥମିକତା ଦେବା ସହିତ କାରବାର ବୃଦ୍ଧି ପାଇଁ ଆବଶ୍ୟକ ପ୍ରଚାର ଓ ପ୍ରସାରକୁ ମଧ୍ୟ ପ୍ରାଧାନ୍ୟ ଦେବୁ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri