ଅନ୍ତର୍ଜାତୀୟସ୍ତରରେ ଆଇଶା ପ୍ରଥମ

ଝୁମ୍ପୁରୀ,୩ା୪(ଡି.ଏନ୍‌.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ ଚମ୍ପେଇପାଳ ପଞ୍ଚାୟତ ଓଡ଼େଇ(ନୂଆଗାଁ) ଗ୍ରାମର ପାର୍ଥସାରଥୀ ମଲ୍ଲିକ ଓ ବାଣୀଶ୍ରୀ ମଲ୍ଲିକଙ୍କ ଝିଅ ଆଇଶା ୨୦୨୨-୨୩ ଇଂଲିଶ ଅଲିମ୍ପିଆଡ୍‌ ପରୀକ୍ଷାରେ ଅନ୍ତର୍ଜାତୀୟସ୍ତରରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ସିଲଭରଜୋନ ଅନ୍ତର୍ଜାତୀୟ ଇଂଲିଶ ସେକେଣ୍ଡ ପରୀକ୍ଷାରେ ଆଇଶା ଶତ ପ୍ରତିଶତ ନମ୍ବର ରଖିଛନ୍ତି। ଆଇଶା ଯାଜପୁର ଟାଉନସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲର ୭ମ ଶ୍ରେଣୀର ଛାତ୍ରୀ। ତାଙ୍କର ଏହି କୃତିତ୍ୱ ପାଇଁ ଅଞ୍ଚଳରେ ଆନନ୍ଦ ପ୍ରକାଶ ପାଇଛି। ଏହି ସଫଳତାକୁ ନେଇ ବିଦ୍ୟାଳୟର ଅଧ୍ୟକ୍ଷ ତରୁଣ କୁମାର ନାୟକ ଆଇଶାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଇଶାଙ୍କ କୃତିତ୍ୱରେ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆନନ୍ଦର ଲହରି ଖେଳିଯାଇଛି। ସର୍ବଭାରତୀୟସ୍ତରରେ ମୋଟ୍‌ ୨୬ ରାଜ୍ୟର ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥିବାବେଳେ ଅନ୍ତର୍ଜାତିକସ୍ତରରେ ୧୩ଟି ଦେଶର ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri