ଐଶର୍ଯ୍ୟା ହେଲେ ଗ୍ଲୋରୀ କୁଇନ୍‌

ଢେଙ୍କାନାଳ ଅଫିସ,୨୪ା୧୧: ଢେଙ୍କାନାଳ ଶିବାୟ ଡ୍ୟାନ୍ସ ମ୍ୟୁଜିକ୍‌ ଏକାଡେମୀର ୫ମ ବାର୍ଷିକ ଉତ୍ସବରେ ୨ୟ ମହାକାଳେଶ୍ୱର ମହୋତ୍ସବ ଢେଙ୍କାନାଳ ସହରସ୍ଥିତ ଗୋପବନ୍ଧୁ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ପୌରପାଳିକାର ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର କୁଅଁର ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ବିଜୁ ମହିଳା ଜନତା ଦଳ ସାଧାରଣ ସମ୍ପାଦିକା ତଥା ସାଙ୍କୁଲେଇ ସମିତି ସଭ୍ୟା ଅପର୍ଣ୍ଣା ରଥ, ଆସେଟ୍‌ କମ୍ପ୍ୟୁଟର ଅନୁଷ୍ଠାନର ଅଧ୍ୟକ୍ଷ ପ୍ରଭାତ କୁମାର ଦେହୁରୀ ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ପୌରପାଳିକା ଅଧ୍ୟକ୍ଷା ଜୟନ୍ତୀ ପତ୍ର ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ରାଜ୍ୟ ଲୋକକଳା ସଂଘର ଉପସଭାପତି ଅବନୀ ମିଶ୍ର ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ଶାରୀରିକ ଶିକ୍ଷା ନିରୀକ୍ଷକ ଜ୍ୟୋତି ପ୍ରକାଶ ପରିଡା, ଅନୁଷ୍ଠାନ ସଭାପତି ପ୍ରବୋଧ କୁମାର ମହାରଣା, ଉପସଭାପତି ଶ୍ରୀକାନ୍ତ କୁମାର ସ୍ବାଇଁ, ସମ୍ପାଦକ ପ୍ରଦ୍ୟୁଷ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଆୟୋଜିତ ଚିତ୍ରାଙ୍କନ, ଓଡିଶୀ ନୃତ୍ୟ, କୌତୁକ ପୋଷାକ, ଦଳଗତ ନୃତ୍ୟର ସର୍ବ କନିଷ୍ଠ, କନିଷ୍ଠ ଓ ବରିଷ୍ଠ ବିଭାଗର ପ୍ରତିଯୋଗିତାର ବିଜେତା ଓ ଉପବିଜେତାଙ୍କୁ ପୁରସ୍କୃତ କରାଯାଇଥିଲା। ସ୍ବର୍ଗତଃ ସନ୍ତୋଷ କୁମାର ପାତ୍ର ସ୍ମୃତି ସମ୍ମାନ ଢେଙ୍କାନାଳ ଗ୍ଲୋରୀ କୁଇନ ୨୦୨୨ ପ୍ରତିଯୋଗିତାରେ ଐଶ୍ୱର୍ଯ୍ୟା ବାରିକଙ୍କୁ ପ୍ରଦାନ କରାଯାଇଥିଲା। ବର୍ଷା ପ୍ରିୟଦର୍ଶିନୀ ସାହୁ ଉପବିଜେତା ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଛାତ୍ରୀଛାତ୍ର ଓ ଅଭିଭାବକ ସହଯୋଗ କରିଥିଲେ। ଶିବାୟ ଡ୍ୟାନ୍ସ ମ୍ୟୁଜିକ୍‌ ଏକାଡେମୀର ଅଧ୍ୟକ୍ଷ ଶିବ ରଞ୍ଜନ ବେହେରା ଅଧ୍ୟକ୍ଷତା କରିଥିବା ବେଳେ ବିଜ୍ଞାନ ମହାନ୍ତି ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri