ଆମେରିକାରେ ଗବେଷଣା କରିବେ ଐଶ୍ୱର୍ଯ୍ୟ ଅଭିଷେକ

ପଦ୍ମପୁର, ୧।୧୦ (ଡି.ଏନ.ଏ.)-ଆମେରିକାର କଲରାଡୋ ବିଶ୍ୱବିଦ୍ୟାଳୟରେ ଉଚ୍ଚତର ଗବେଷଣା ପାଇଁ ମନୋନୀତ ହୋଇଛନ୍ତି ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଗ୍ରାମର ଐଶ୍ୱର୍ଯ୍ୟ ଅଭିଷେକ ମହାପାତ୍ର। ସେ ଅକ୍ଟୋବର ୩୧ରେ ସେଠାରେ ଯୋଗଦେଇ ଗବେଷଣା ଜାରି ରଖିବେ। ସାମ୍ପ୍ରତିକ ସ୍ଥିତିରେ ସାରା ପୃଥିବୀରେ ଶକ୍ତି ସଙ୍କଟ ଦେଖାଦେଇଛି। ସିଲିକନ ସଂଯୁକ୍ତ ସୌରଶକ୍ତିର ଊର୍ଜା ଉପରେ ତାଙ୍କର ଗବେଷଣା ପର୍ଯ୍ୟବସିତ। ଯାହା ସୌରଶକ୍ତିକୁ ୧୦ଗୁଣା ଅଧିକ କାର୍ଯ୍ୟକ୍ଷମ କରିବା ସହ ଶକ୍ତି ସଙ୍କଟର ସମାଧାନ କରି ପୃଥିବୀ ପୃଷ୍ଠକୁ ସମ୍ପୂର୍ଣ୍ଣ ପ୍ରଦୂଷଣ ମୁକ୍ତ କରିପାରିବ। ଏହି ପରୀକ୍ଷଣ ବିଭିନ୍ନ ପ୍ରଗତିଶୀଳ ରାଷ୍ଟ୍ରରେ କାର୍ଯ୍ୟକାରୀ ହୋଇସାରିଥିବା ବେଳେ ଆଗାମୀ ଦିନରେ ଭାରତରେ କାର୍ଯ୍ୟକାରୀ ହୋଇପାରିବ ବୋଲି ଅଭିଷେକ କହିଛନ୍ତି।
ଅଭିଷେକ ହେଉଛନ୍ତି ଗ୍ରାମର ସେବାନିବୃତ୍ତ ପ୍ରଧାନ ଶିକ୍ଷକ ଅରୁଣ କୁମାର ମହାପାତ୍ରଙ୍କ ପୁଅ। ବାଙ୍ଗାଲୋର ବିଶ୍ୱବିଦ୍ୟାଳୟରୁ ରସାୟନ ବିଜ୍ଞାନରେ ସ୍ନାତକୋତ୍ତର ପରେ ନିଟ୍‌, ସିଏସ୍‌ଆଇଆର୍‌, ଏସ୍‌ଆର୍‌ଏଫ୍‌ ଓ ଗେଟ୍‌ ଭଳି ଜାତୀୟ ମେଧା ପରୀକ୍ଷାରେ ସଫଳତା ଅର୍ଜନ କରିଥିଲେ। ବାଙ୍ଗାଲୋର ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସାଇନ୍ସରେ ସୌରଶକ୍ତି ଉପରେ ଗବେଷଣା କରି ପି.ଏଚ୍‌.ଡି ସମାପ୍ତ କରିଥିଲେ। ତାଙ୍କ ଦ୍ୱାରା ପ୍ରସ୍ତୁତ ସନ୍ଦର୍ଭ ଆନ୍ତର୍ଜାତିକ ସ୍ତରରେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଦ୍ୱାରା ଉଚ୍ଚ ପ୍ରଶଂସିତ ହୋଇଥିଲା। ଅଧିକ ଗବେଷଣା ପାଇଁ ତାଙ୍କୁ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟ ୟୁନାଇଟେଡ୍‌ କିଙ୍ଗ୍‌ଡମ୍‌, ଲଣ୍ଡନ ତରଫରୁ ଆମନ୍ତ୍ରଣ କରାଯାଇଥିଲା। ସେଠାରେ ଦୁଇବର୍ଷ ଗବେଷଣା କରିବା ପରେ ଆମେରିକାର କଲରାଡୋ ବିଶ୍ୱବିଦ୍ୟାଳୟ ଅଧିକ ଗବେଷଣା ପାଇଁ ତାଙ୍କୁ ଆମନ୍ତ୍ରଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?