ବିବାହ ବାର୍ଷିକୀରେ ଏମିତି କାମ କଲେ ଐଶ୍ୱର୍ଯ୍ୟା: ବଢୁଛି ଚର୍ଚ୍ଚା

ବଲିଉଡ୍‌ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ପାଇଁ ଗତ କିଛି ମାସ ଭଲ ନ ଥିଲା। ବଚ୍ଚନ ପରିବାର ମଧ୍ୟରେ ଫାଟ ଏବଂ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ମଧ୍ୟରେ ଛାଡପତ୍ର ବିଷୟରେ ଚର୍ଚ୍ଚା ଜୋର ଧରିଥିଲା। କିନ୍ତୁ ଫେବୃଆରୀରେ ଐଶ୍ୱର୍ଯ୍ୟା, ଅଭିଷେକ ଏବଂ ଅମିତାଭ ଆରାଧ୍ୟାଙ୍କ ସ୍କୁଲ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ଏକାଠି ଯୋଗ ଦେଇଥିଲେ। କେବଳ ଏତିକି ନୁହେଁ, ଉଭୟଙ୍କୁ ଏକ ପାର୍ଟିରେ ମଧ୍ୟ ଏକାଠି ଦେଖିବାକୁ ମିଳିଥିଲା। ସେବେଠାରୁ, ସେମାନଙ୍କ ଛାଡପତ୍ରକୁ ନେଇ କଳ୍ପନାଜଳ୍ପନାର ଅନ୍ତ ଘଟିଥିଲା। ଐଶ୍ୱର୍ଯ୍ୟା ଏବଂ ଅଭିଷେକଙ୍କ ମଧ୍ୟରେ ଏକ ଭଲ ସମ୍ପର୍କ ଅଛି। ଐଶ୍ୱର୍ଯ୍ୟା ଏକ ପରିବାର ଫଟୋ ଶେୟାର କରି ଏହାର ପ୍ରମାଣ ମଧ୍ୟ ଦେଇଛନ୍ତି।

ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବିବାହର ୧୮ ବର୍ଷ ପୂରଣ କରିଛନ୍ତି। ଉଭୟ ୨୦ ଏପ୍ରିଲ ୨୦୦୭ରେ ବିବାହ କରିଥିଲେASH। ବିବାହର ୧୮ ବର୍ଷ ପୂରଣ ହେବା ପରେ, ଐଶ୍ୱର୍ଯ୍ୟା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ହୃଦୟସ୍ପର୍ଶୀ ପରିବାର ଫଟୋ ଶେୟାର କରିଛନ୍ତି। ଏହି ଫଟୋ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ଐଶ୍ୱର୍ଯ୍ୟା ସ୍ବାମୀ ଅଭିଷେକ ଏବଂ ଝିଅ ଆରାଧ୍ୟାଙ୍କ ସହ ପୋଜ ଦେଉଛନ୍ତି। ସେମାନଙ୍କ ବିବାହ ବାର୍ଷିକୀ ଅବସରରେ, ତିନିଜଣ ହାଲୁକା ରଙ୍ଗର ପୋଷାକ ପିନ୍ଧିଛନ୍ତି। ଐଶ୍ୱର୍ଯ୍ୟା କ୍ୟାପସନରେ କେବଳ ଏକ ଧଳା ହାର୍ଟ ଇମୋଜି ଯୋଡ଼ିଥିଲେ।

ଐଶ୍ୱର୍ଯ୍ୟାଙ୍କୁ ଶେଷ ଥର ପାଇଁ ତାମିଲ ଚଳଚ୍ଚିତ୍ର ‘ପୋନିୟିନ ସେଲଭାନ:୨’ରେ ଦେଖିବାକୁ ମିଳିଥିଲା। ଏହି ସମୟରେ, ଅଭିଷେକ ବଚ୍ଚନ ତାଙ୍କର ପରବର୍ତ୍ତୀ ଫିଲ୍ମ ’କିଂ’ ପାଇଁ ପ୍ରସ୍ତୁତି କରୁଛନ୍ତି। ଏଥିରେ ସେ ଶାହରୁଖ ଏବଂ ସୁହାନାଙ୍କ ସହ କାମ କରିବେ। ସିଦ୍ଧାର୍ଥ ଆନନ୍ଦ ଏହି ଫିଲ୍ମର ନିର୍ଦ୍ଦେଶନା ଦେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri