ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ ୨’ରେ ଦମଦାର ଅଭିନୟ ପାଇଁ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କୁ ଏହି ସମାରୋହରେ ଶ୍ରେଷ୍ଠ ଅଗ୍ରଣୀ ଅଭିନେତ୍ରୀ (କ୍ରିଟିକ୍ସ) ପୁରସ୍କାର ମିଳିଛି। ଚଳଚ୍ଚିତ୍ର ନିର୍ଦ୍ଦେଶକ କବିର ଖାନ୍‌ଙ୍କଠାରୁ ଐଶ୍ୱର୍ଯ୍ୟା ଏହି ଆଓ୍ବାର୍ଡ ଗ୍ରହଣ କରିଛନ୍ତି। ଆଓ୍ବାର୍ଡ ଗ୍ରହଣ କରିବା ପରେ ଐଶ୍ୱର୍ଯ୍ୟା କହିଛନ୍ତି, ତାଙ୍କ ପାଇଁ ଏହି ପୁରସ୍କାର ବହୁ ଗୁରୁତ୍ୱ ବହନ କରୁଛି। ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ ୨’ ଚଳଚ୍ଚିତ୍ର ତାଙ୍କ ହୃଦୟର ଅତି ନିକଟତର ଥିଲା। ଏଥିପାଇଁ ଫିଲ୍ମର ପୂରା ଟିମ୍‌କୁ ସେ ଧନ୍ୟବାଦ ଦେଇଛନ୍ତି। ଆଓ୍ବାର୍ଡ ଗ୍ରହଣ କରିବା ସମୟରେ ଝିଅ ଆରାଧ୍ୟା ଐଶ୍ୱର୍ଯ୍ୟାଙ୍କର ଫଟୋ ଉଠାଉଥିଲେ, ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଇଭେଣ୍ଟ ସ୍ଥଳରେ ଐଶ୍ୱର୍ଯ୍ୟା ନିଜ ପ୍ରଶଂସକଙ୍କ ସହ ସେଲ୍‌ଫି ନେଉଥିବାର ମଧ୍ୟ ନଜର ଆସିଛନ୍ତି। ସୂଚନାଯୋଗ୍ୟ, ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ ୨’ରେ ଐଶ୍ୱର୍ଯ୍ୟା ନନ୍ଦିନୀ ଏବଂ ମନ୍ଦାକିନୀ ନାମରେ ୨ଟି ଚରିତ୍ରରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri