ଅନ୍‌ଲାଇନ୍‌ କ୍ଲାସ୍‌ରେ ହିନ୍ଦୀ ଶିଖୁଛନ୍ତି ଏହି ଷ୍ଟାର୍‌ କିଡ୍‌

ମୁମ୍ବାଇ: ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଝିଅ ଆରାଧ୍ୟାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ଅନଲାଇନ୍‌ ହିନ୍ଦୀ ଶିଖୁଥିବା ନଜର ଆସିଛନ୍ତି। କିଛି ସପ୍ତାହ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ବଚ୍ଚନ ପରିବାର ମେଡିକାଲରେ ଭର୍ତ୍ତି ହୋଇଥିଲେ। ସୁସ୍ଥ ହେବା ପରେ ଏବେ ସାଧାରଣ ଜୀବନକୁ ଉପଭୋଗ କରୁଛନ୍ତି। ଆଜି ଏହାର ଏକ ଭିଡିଓ ଅଭିଷେକ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି।


ଅନ୍ୟପକ୍ଷରେ ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଅନ୍‌ଲାଇନ କ୍ଲାସ ବାଧ୍ୟତାମୂଳକ ହୋଇଛି। କାରଣ ଲକ୍‌ଡାଉନ୍‌ରେ ପିଲାମାନଙ୍କୁ ଶିକ୍ଷୟିତ୍ରୀଶିକ୍ଷକମାନଙ୍କ ସହ ଯୋଡ଼ି ରଖିବାର ଏହା ହେଉଛି ଏକମାତ୍ର ମାଧ୍ୟମ। ଭିଡିଓରେ ଆରାଧ୍ୟା ତାଙ୍କ ହିନ୍ଦୀ ଶିକ୍ଷକଙ୍କୁ ‘ଧନ୍ୟବାଦ ମିସ୍‌’ କହିଥିବା ଶୁଣିବାକୁ ମିଳିଛି। ଏହି ଭିଡିଓରେ ଆରାଧ୍ୟା ଏକ ଧଳା ହେଡ୍‌ବ୍ୟାଣ୍ଡ ବାନ୍ଧିଥିବା ସହିତ ଲାଇଟ୍‌ ବ୍ଲୁ ଡ୍ରେସ୍‌ରେ ଖୁବ୍‌ ସୁନ୍ଦର ଦିଶୁଛନ୍ତି। ସେ ତାଙ୍କ ଅନଲାଇନ୍‌ କ୍ଲାସରେ ବେଶ୍‌ ଖୁସିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ସୁଦ୍ଧା ଏହି ଭିଡିଓକୁ ୩.୫୫ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି।

 

View this post on Instagram

 

Ma Baby Girl #AaradhyaBachchan 🥰❣ Stay healthy… 😘🤲 . . . . #aaradhyabachchan #aaru #aishwaryaraibachchan #abhishekbachchan

A post shared by AbhiAsh_IndoFc (@abhiash_indofc) on


ସେହିପରି ଏହାର କିଛି ସମୟ ପୂର୍ବରୁ ଅଭିଷେକ ତାଙ୍କର ସମସ୍ତ ପ୍ରଶଂସକଙ୍କୁ ଜଣାଇଛନ୍ତି ଯେ, ତାଙ୍କୁ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଛି। ସେ ଟୁଇଟ୍‌ କରି କହିଛନ୍ତି, ଆଜି ମୋର କରୋନା ନମୁନା ନେଗେଟିଭ୍‌ ଆସିଛି। ମୁଁ ଏହାକୁ ପରାସ୍ତ କରିଛି। ମୁଁ ଏବଂ ମୋ’ ପରିବାର ପାଇଁ ତୁମେ ସମସ୍ତେ ପ୍ରାର୍ଥନା କରିଥିବାରୁ ଧନ୍ୟବାଦ। ନାନାବତୀ ଡାକ୍ତରଖାନାର ଡାକ୍ତର ଏବଂ ନର୍ସଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା।

 

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri