ଅନ୍‌ଲାଇନ୍‌ କ୍ଲାସ୍‌ରେ ହିନ୍ଦୀ ଶିଖୁଛନ୍ତି ଏହି ଷ୍ଟାର୍‌ କିଡ୍‌

ମୁମ୍ବାଇ: ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଝିଅ ଆରାଧ୍ୟାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ଅନଲାଇନ୍‌ ହିନ୍ଦୀ ଶିଖୁଥିବା ନଜର ଆସିଛନ୍ତି। କିଛି ସପ୍ତାହ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ବଚ୍ଚନ ପରିବାର ମେଡିକାଲରେ ଭର୍ତ୍ତି ହୋଇଥିଲେ। ସୁସ୍ଥ ହେବା ପରେ ଏବେ ସାଧାରଣ ଜୀବନକୁ ଉପଭୋଗ କରୁଛନ୍ତି। ଆଜି ଏହାର ଏକ ଭିଡିଓ ଅଭିଷେକ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି।


ଅନ୍ୟପକ୍ଷରେ ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଅନ୍‌ଲାଇନ କ୍ଲାସ ବାଧ୍ୟତାମୂଳକ ହୋଇଛି। କାରଣ ଲକ୍‌ଡାଉନ୍‌ରେ ପିଲାମାନଙ୍କୁ ଶିକ୍ଷୟିତ୍ରୀଶିକ୍ଷକମାନଙ୍କ ସହ ଯୋଡ଼ି ରଖିବାର ଏହା ହେଉଛି ଏକମାତ୍ର ମାଧ୍ୟମ। ଭିଡିଓରେ ଆରାଧ୍ୟା ତାଙ୍କ ହିନ୍ଦୀ ଶିକ୍ଷକଙ୍କୁ ‘ଧନ୍ୟବାଦ ମିସ୍‌’ କହିଥିବା ଶୁଣିବାକୁ ମିଳିଛି। ଏହି ଭିଡିଓରେ ଆରାଧ୍ୟା ଏକ ଧଳା ହେଡ୍‌ବ୍ୟାଣ୍ଡ ବାନ୍ଧିଥିବା ସହିତ ଲାଇଟ୍‌ ବ୍ଲୁ ଡ୍ରେସ୍‌ରେ ଖୁବ୍‌ ସୁନ୍ଦର ଦିଶୁଛନ୍ତି। ସେ ତାଙ୍କ ଅନଲାଇନ୍‌ କ୍ଲାସରେ ବେଶ୍‌ ଖୁସିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ସୁଦ୍ଧା ଏହି ଭିଡିଓକୁ ୩.୫୫ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି।

 

View this post on Instagram

 

Ma Baby Girl #AaradhyaBachchan 🥰❣ Stay healthy… 😘🤲 . . . . #aaradhyabachchan #aaru #aishwaryaraibachchan #abhishekbachchan

A post shared by AbhiAsh_IndoFc (@abhiash_indofc) on


ସେହିପରି ଏହାର କିଛି ସମୟ ପୂର୍ବରୁ ଅଭିଷେକ ତାଙ୍କର ସମସ୍ତ ପ୍ରଶଂସକଙ୍କୁ ଜଣାଇଛନ୍ତି ଯେ, ତାଙ୍କୁ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଛି। ସେ ଟୁଇଟ୍‌ କରି କହିଛନ୍ତି, ଆଜି ମୋର କରୋନା ନମୁନା ନେଗେଟିଭ୍‌ ଆସିଛି। ମୁଁ ଏହାକୁ ପରାସ୍ତ କରିଛି। ମୁଁ ଏବଂ ମୋ’ ପରିବାର ପାଇଁ ତୁମେ ସମସ୍ତେ ପ୍ରାର୍ଥନା କରିଥିବାରୁ ଧନ୍ୟବାଦ। ନାନାବତୀ ଡାକ୍ତରଖାନାର ଡାକ୍ତର ଏବଂ ନର୍ସଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା।

 

 


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri