ପ୍ରଥମ ଥର: ଏହି ଫିଲ୍ମରେ ଡବଲ ରୋଲରେ ନଜର ଆସିବେ ଐଶ୍ୱର୍ଯ୍ୟା

ଗୁରୁ, ବମ୍ବେ, ରୋଜା, ଥାଲାପତି ଭଳି ସୁପରହିଟ୍‌ ଫିଲ୍ମ ନିର୍ମାଣ କରିସାରିଥିବା ନିର୍ଦ୍ଦେଶକ ମଣି ରତ୍ନମ ଏବେ ତାଙ୍କର ଡ୍ରିମ୍‌ ପ୍ରୋଜେକ୍ଟ ‘ପୋନ୍ନିୟିନ ସେଲଭନ’ କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ଫିଲ୍ମର ଟିମ୍‌ ୫୦ ଦିନର ମାରାଥନ୍‌ ସିଡ୍ୟୁଲ ଶୁଟିଂ ଶେଷ କରିଛନ୍ତି। ଏହାର କିଛି ଫଟୋ ଏବେ ସାମ୍ନାକୁ ଆସିଛି। ଏହି ସିଡ୍ୟୁଲର ଶୁଟିଂ ଶେଷ ହେବା ପରେ ମଣି କହିଛନ୍ତି, ସେ ତାଙ୍କର ଏହି ଫିଲ୍ମକୁ ୨ଟି ଭାଗରେ ରିଲିଜ୍‌ କରିବେ। ଫିଲ୍ମର କାହାଣୀ ଦେଶର ମହାନ ଲେଖକ ତଥା କବି ଆର୍‌ କୃଷ୍ଣମୂର୍ତ୍ତି କଲ୍‌କିଙ୍କ ଐତିହାସିକ ଉପନ୍ୟାସ ଉପରେ ଆଧାରିତ। ତେବେ ଖୁବ୍‌ କମ୍‌ ଲୋକେ ଜାଣିଥିଲେ ଯେ, ଐଶ୍ୱର୍ଯ୍ୟା ରାୟ ଏହି ଫିଲ୍ମରେ ପ୍ରମୁଖ ଚରିତ୍ରରେ ଅଭିନୟ କରୁଛନ୍ତି। ଖାଲି ସେତିକି ନୁହେଁ ଏଥିରେ ତାଙ୍କର ଡବଲ ରୋଲ୍‌ ରହିଛି। ତେବେ ବଚ୍ଚନ ପରିବାରର ବୋହୂ କୌଣସି ଫିଲ୍ମରେ ଡବଲ ଚରିତ୍ରରେ ଅଭିନୟ କରିବା ଏହା ହେଉଛି ପ୍ରଥମ ।
୫ଶହ କୋଟି ବଜେଟରେ ନିର୍ମାଣାଧୀନ ଏହି ଫିଲ୍ମରେ ସାଉଥ୍‌ ଇଣ୍ଡଷ୍ଟ୍ରିର କେତେକ ସୁପରଷ୍ଟାରଙ୍କୁ ଦେଖିବାକୁ ମିଳିବ। ମଲ୍ଟି ଷ୍ଟାରର ଏହି ଫିଲ୍ମରେ ବିକ୍ରମ, କିର୍ତ୍ତୀ, ଜୟମ ରବି, ଜୟରାମ, ତ୍ରିଶା ପ୍ରମୁଖଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri