ଅଭିଷେକଙ୍କ ସହ ପ୍ରତ୍ୟେକ ଦିନ ହେଉଥିଲା ଝଗଡା, ଖୁଲାସା କରି ଜାଣନ୍ତୁ କ’ଣ କହିଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଅଭିନେତା ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡର ସବୁଠାରୁ ପ୍ରିୟ ଦମ୍ପତି ଅଟନ୍ତି। ଏହି ଦମ୍ପତି ୨୦ ଏପ୍ରିଲ ୨୦୦୭ରେ ବିବାହ କରିଥିଲେ ଏବଂ ତାଙ୍କର ଏକ ଝିଅ ଆରାଧ୍ୟା ବଚ୍ଚନ ଅଛନ୍ତି। ତେବେ ଐଶ୍ୱର୍ଯ୍ୟା ଏବଂ ଅଭିଷେକଙ୍କ ମଧ୍ୟରେ ମତଭେଦ ଖବର କିଛି ସମୟ ଧରି ଗୁଜବ ସୃଷ୍ଟି କରିଥିଲା। ଏହି ଦମ୍ପତି ଆଉ ସର୍ବସାଧାରଣରେ ଏକାଠି ଦେଖାଯାଉନାହାଁନ୍ତି । ନିକଟରେ ଐଶ୍ୱର୍ଯ୍ୟା ଏବଂ ଅଭିଷେକ ମଧ୍ୟ ଅମ୍ବାନୀ ପରିବାରର ବିବାହରେ ପୃଥକ ଭାବରେ ପହଞ୍ଚିଥିଲେ। ଯାହା ପରେ ସେମାନଙ୍କ ଛାଡପତ୍ରର ଗୁଜବ ଆହୁରି ବୃଦ୍ଧି ହୋଇଥିଲା।

ତେବେ ଏହା ପରେ ଏକ ସାକ୍ଷାତକାର ସମୟରେ ଅଭିଷେକ କହିଥିଲେ, ସେ ବିବାହିତ ଏବଂ ଏଥି ସହ ଐଶ୍ୱର୍ଯ୍ୟା ରାୟଙ୍କ ସହ ଛାଡପତ୍ର ହେବାର ଗୁଜବକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏସବୁ ମଧ୍ୟରେ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ଏକ ପୁରୁଣା ସାକ୍ଷାତକାର ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଐଶ୍ୱର୍ଯ୍ୟା ଖୁଲାସା କରିଥିଲେ କି ତାଙ୍କର ଅଭିଷେକଙ୍କ ସହ ବହୁତ  ଝଗଡା ହୁଏ।

ବାସ୍ତବରେ, ୨୦୧୦ରେ ଏକ ସାକ୍ଷାତକାରରେ ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ପଚରାଯାଇଥିଲା ଯେ ସେମାନେ ଗୋଟେ ଦିନରେ କେତେଥର ଝଗଡା କରନ୍ତି। ଯେଉଁଥିରେ ଐଶ୍ୱର୍ଯ୍ୟା ଉତ୍ତର ଦେଇ କହିଥିଲେ, ଓଃ… ପ୍ରତିଦିନ। ଅଭିଷେକ ତାଙ୍କ ବିବୃତ୍ତିର ଜବାବ ଦେଇ କହିଛନ୍ତି, ସେଇଟା ଝଗଡା ନୁହେଁ ବରଂ କୌଣସି ବିଷୟରେ ସହମତ  ହେବା ଭଳି। ପରେ ଅଭିଷେକ ପ୍ରକାଶ କରିଥିଲେ ଯେ, ଝଗଡା ପରେ ସେ ପ୍ରଥମେ ବୁଝାନ୍ତି। ସେ କହିଥିଲେ, ଯେବେ ଆମର ଝଗଡା ହୁଏ ଆମେ ରାତି ସାରା ଶୋଉନଥିଲୁ। ବୁଝାସୁଝା ପରେ ହିଁ ଶୋଉଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri