ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ ଅବସରରେ ମୁମ୍ବାଇସ୍ଥିତ ବଙ୍ଗଳା ‘ଜଲସା’ ବାହାରେ ପ୍ରଶଂସକଙ୍କ ଭିଡ଼ ଜମିଥାଏ। ଅମିତାଭ ମଧ୍ୟ ଘର ବାହାରକୁ ଆସି ପ୍ରଶଂସକଙ୍କୁ ଅଭିବାଦନ ଜଣାଇଥାନ୍ତି। ଚଳିତ ବର୍ଷ ତାଙ୍କ ଜନ୍ମଦିନରେ ପରିବାର, ପ୍ରଶଂସକ ଓ ସିନେଜଗତର ବହୁ ନାମୀଦାମୀ କଳାକାର ଶୁଭେଚ୍ଛା ଜଣାଇଛନ୍ତି। ତେବେ ଏହି ଅବସରରେ ତାଙ୍କ ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଏକ ସ୍ୱତନ୍ତ୍ର ସୋସିଆଲ ମିଡିଆ ପୋଷ୍ଟ ବେଶ୍ ଚର୍ଚ୍ଚାରେ ରହିଛି।

ଐଶ୍ୱର୍ଯ୍ୟା ରବିବାର ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ଶ୍ୱଶୁର ଅମିତାଭ ବଚ୍ଚନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏକ ସୁନ୍ଦର ଫଟୋ ସେୟାର କରିଛନ୍ତି। ଏହି ଫଟୋରେ ଅମିତାଭ ଓ ନାତୁଣୀ ଆରାଧ୍ୟା ବଚ୍ଚନଙ୍କ ମଧ୍ୟରେ ଥିବା ସ୍ନେହ ଓ ଭଲପାଇବା ସ୍ପଷ୍ଟ ଭାବେ ଦେଖିବାକୁ ମିଳିଛି। ଆରାଧ୍ୟା ତାଙ୍କ ଜେଜେବାପାଙ୍କୁ ଆଲିଙ୍ଗନ କରିଥିବା ବେଳେ ଅମିତାଭ ଓଭରସାଇଜ୍ ଜ୍ୟାକେଟ୍ ଓ ବିନି କ୍ୟାପ୍‌ରେ ନଜର ଆସିଛନ୍ତି।

ଫଟୋ ସହ ଐଶ୍ୱର୍ଯ୍ୟା ଲେଖିଛନ୍ତି, “ଜନ୍ମଦିନର ଅନେକ ଶୁଭେଚ୍ଛା ପ୍ରିୟ ପା-ଦାଦାଜୀ। ଆପଣଙ୍କ ଉପରେ ସର୍ବଦା ଭଗବାନଙ୍କ ଅଶେଷ ଆଶୀର୍ବାଦ ଓ ଭଲପାଇବା ରହିଥାଉ।” ଏହି ପୋଷ୍ଟ ମାଧ୍ୟମରେ ସେ ଅମିତାଭଙ୍କ ପ୍ରତି ନିଜର ସ୍ନେହ ଓ ସମ୍ମାନ ପ୍ରକାଶ କରିଛନ୍ତି।ଐଶ୍ୱର୍ଯ୍ୟାଙ୍କ ବ୍ୟତୀତ ଚିରଞ୍ଜୀବୀ, ସଞ୍ଜୟ ଦତ୍ତ, ଅଜୟ ଦେବଗନ, ଅନୁପମ ଖେର, ଫରାହ ଖାନ, କାଜୋଲ ଓ ଶତ୍ରୁଘ୍ନ ସିହ୍ନାଙ୍କ ସମେତ ବଲିଉଡ୍‌ର ବହୁ କଳାକାର ଅମିତାଭଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିବର୍ଷ ଭଳି ଏଥର ମଧ୍ୟ ଅମିତାଭ ନିଜ ବଙ୍ଗଳା ବାହାରକୁ ଆସି ପ୍ରଶଂସକଙ୍କୁ ଅଭିବାଦନ ଜଣାଇଥିଲେ। ଏହି ସମୟରେ ସେ ଲାଲ୍ କୁର୍ତ୍ତା ସହ ମ୍ୟାଚିଂ ଶାଲ୍ ପିନ୍ଧିଥିଲେ।

ଅମିତାଭଙ୍କ ଜନ୍ମଦିନକୁ ଆହୁରି ସ୍ୱତନ୍ତ୍ର କରିବା ପାଇଁ ‘କୌନ୍ ବନେଗା କରୋଡ଼ପତି ୧୮’ର ମଞ୍ଚରେ ମଧ୍ୟ ଏକ ବିଶେଷ ଆୟୋଜନ କରାଯାଇଥିଲା। ତାଙ୍କ ପାଇଁ ପ୍ରସ୍ତୁତ ଏକ ସ୍ୱତନ୍ତ୍ର ଭିଡିଓ କ୍ଲିପ୍‌ରେ ମାଆ ତେଜୀ ବଚ୍ଚନଙ୍କ ସହ ତାଙ୍କର ଏକ କଳାଧଳା ଫଟୋ ଏବଂ କବି ପିତା ହରିବଂଶ ରାୟ ବଚ୍ଚନଙ୍କ କବିତା ଶୁଣିବାକୁ ମିଳିଥିଲା। ମାଆଙ୍କ ସ୍ୱର ଶୁଣି ଅମିତାଭ ଭାବବିହ୍ୱଳ ହୋଇପଡ଼ିଥିଲେ । ଏହି ବିଶେଷ ଅବସରରେ ପୁଅ ଅଭିଷେକ ବଚ୍ଚନ ମଧ୍ୟ ଉପସ୍ଥିତ ଥିଲେ। ଏଥିସହ ମାଧୁରୀ ଦୀକ୍ଷିତ, ଆୟୁଷ୍ମାନ ଖୁରାନା ଓ ସାରା ଅଲ୍ଲୀ ଖାନ୍ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ। ଅମିତାଭଙ୍କ ଜନ୍ମଦିନରେ ପରିବାରର ସ୍ନେହ, ପ୍ରଶଂସକଙ୍କ ଭଲପାଇବା ଓ ସିନେଜଗତର ଶୁଭେଚ୍ଛା ଏହି ଉତ୍ସବକୁ ଆହୁରି ସ୍ମରଣୀୟ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?