ସ୍ବାମୀଙ୍କଠାରୁ ଅଲଗା ହେବେ ନାହିଁ ଐଶ୍ଚର୍ଯ୍ୟା!

ସାଉଥ ସୁପରଷ୍ଟାର ଧନୁଷ ତାଙ୍କ ବୃତ୍ତିଗତ ତଥା ବ୍ୟକ୍ତିଗତ ଜୀବନକୁ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। କିଛି ଦିନ ତଳେ ସ୍ତ୍ରୀ ଐଶ୍ଚର୍ଯ୍ୟା ରଜନୀକାନ୍ତ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ ଧନୁଷ। କିନ୍ତୁ ଦୁଇଜଣ ବର୍ତ୍ତମାନ ଛାଡପତ୍ର ନେବେ ନାହିଁ ବରଂ ସେମାନଙ୍କ ସମ୍ପର୍କକୁ ଆଉ ଏକ ସୁଯୋଗ ଦେବେ।
ଧନୁଷ ଏବଂ ଐଶ୍ୱର୍ଯ୍ୟା ପୁଣି ଥରେ ସେମାନଙ୍କ ସମ୍ପର୍କ ଆଉ ଏକ ସୁଯୋଗ ଦେବାକୁ ଚାହୁଁଛନ୍ତି। ଐଶ୍ୱର୍ଯ୍ୟାଙ୍କ ପିତା ରଜନୀକାନ୍ତ ଉଭୟଙ୍କୁ ଏକଜୁଟ କରିବାକୁ ଚେଷ୍ଟା କରୁଥିଲେ। ରଜନୀକାନ୍ତଙ୍କ ଏହି ପ୍ରୟାସ ଫଳପ୍ରଦ ହୋଇଛି।
ଧନୁଷ ଏବଂ ଐଶ୍ୱର୍ଯ୍ୟାଙ୍କ ପରିବାର ସଦସ୍ୟ ଏକାଠି ବସି ଉଭୟଙ୍କ ମଧ୍ୟରେ ଥିବା ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିଛନ୍ତି। ଏହି ସମୟରେ ନିଷ୍ପତ୍ତି ନିଆଯାଇଛି ଯେ ଏହି ଦୁଇଜଣ ଅଲଗା ହେବେ ନାହିଁ କିନ୍ତୁ ସେମାନଙ୍କ ସମ୍ପର୍କ ସୁଧାରିବାରେ ଚେଷ୍ଟା କରିବେ।
ଧନୁଷ ଏବଂ ଐଶ୍ୱର୍ଯ୍ୟା ରଜନୀକାନ୍ତ ୨୦୦୪ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଦୁହେଁ ମଧ୍ୟ ଦୁଇଟି ସନ୍ତାନର ମାତାପିତା ହୋଇଥିଲେ। ତେବେ ଚଳିତ ବର୍ଷ ଜାନୁଆରୀରେ ସୋସିଆଲ ମିଡିଆରେ ଏହି ପୋଷ୍ଟ ଶେୟାର କରି ଦୁହେଁ ସେମାନଙ୍କର ୧୮ ବର୍ଷର ସମ୍ପର୍କ ଶେଷ କରିବାକୁ ନିଷ୍ପତ୍ତି ନେଇଥିଲେ। ହଠାତ୍‌ ଖବର ଦେଖି ଉଭୟଙ୍କ ପ୍ରଶଂସକ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?