ନଦୀ ଆଁରେ ରେଖାଙ୍କ ଘର

କେନ୍ଦ୍ରାପଡ଼ା ଅଫିସ,୧୫ା୯: ଗତ ଅଗଷ୍ଟରେ ମହାନଦୀରେ ବନ୍ୟା ଆସିଥିଲା । ଏହି ନଦୀ ସିଷ୍ଟମରେ ଥିବା ଲୁଣା ଓ କରାଣ୍ଡିଆ ନଦୀ ଫୁଲିଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ଦ୍ୱୀପାଞ୍ଚଳରେ ଥିବା ୧୩ ଗ୍ରାମରେ ପାଣି ପଶିଥିଲା । ବନ୍ୟା ଜଳ ଛାଡି ଯାଇଛି । ସେହି ଅଞ୍ଚଳର କ୍ଷତି ଏବେ ସ୍ପଷ୍ଟ ହେଉଛି । ନଦୀକୂଳର ବହୁ ଚାଷ ଜମି ଏବେ ନଦୀ ଗର୍ଭକୁ ଚାଲିଯାଇଛି । ଆଇତିପୁର ପଞ୍ଚାୟତର ରେଖା ସେଠୀଙ୍କ ଘରକୁ ବନ୍ୟା ଜଳ ଉଜାଡ଼ି ଦେଇଛି । ପ୍ରତିବର୍ଷ ବନ୍ୟା ଜଳ ଏହି ଦ୍ୱୀପାଞ୍ଚଳରେ ଚାଷ ବାସ ନଷ୍ଟ କରୁଥିବାରୁ କରାଣ୍ଡିଆ ଓ ଲୁଣା ନଦୀରେ ପଥରପ୍ୟାକିଂ ବନ୍ଧ ନିର୍ମାଣ ପାଇଁ ସ୍ଥାନୀୟ ଲୋକ ମତ ଦେଇଛନ୍ତି ।

ଆୟତପୁରର ପିନାକୀ ସାମନ୍ତରାୟ କହିଛନ୍ତି, ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ଏହି ୧୩ ଗଁା ଅବହେଳିତ ଅବସ୍ଥାରେ ଅଛି । ଏନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ ହେଉଥିଲେ ମଧ୍ୟ ଅଦ୍ୟାବଧି ସୁଫଳ ମିଳିନାହିଁ । ସହରଠାରୁ ମାତ୍ର ୧୦ କିଲୋମିଟର ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳଯୋଗାଣ ଆଦି ମୌଳିକ ସମସ୍ୟା ଲାଗି ରହିଛି। ଦ୍ୱୀପାଞ୍ଚଳର ୧୩ ଗ୍ରାମ ଏବେ ୩ ବ୍ଲକ ଅଧୀନ ୫ ପଞ୍ଚାୟତରେ ଅଛି । ମାର୍ଶାଘାଇ ବ୍ଲକ ଆଇତିପୁର ପଞ୍ଚାୟତର ଆଇତିପୁର, ବଳରାମପୁର, ବାଳିସିଂ, ଜଳପୋକ ପଞ୍ଚାୟତ ଅଧୀନରେ ଥିବା ଡିହଜଳପୋକ, ପକ୍ଷଟ, କଣିବାଙ୍କ ସହ ଡେରାବିଶ ବ୍ଲକର ବସପୁର ପଞ୍ଚାୟତ ଅଧୀନରେ ଥିବା ଡିହବସୁପୁର,ଓ ଇନ୍ଦାଳୋ ପଞ୍ଚାୟତ ଅଛି । ସେହିପରି ଗରଦପୁର ବ୍ଲକସ୍ଥ ବଙ୍ଗାଳପୁର ପଞ୍ଚାୟତର ସାନସଲାର, ଶିଶୁଆ ଓ ଷଠିଲୋ ଗ୍ରାମ ରହିଛି । ଏହି ୧୩ ରାଜସ୍ବ ଗ୍ରାମର ଗୋଟିଏ ପାର୍ଶ୍ୱରେ କରାଣ୍ଡିଆ ନଦୀ ଓ ଅନ୍ୟପାର୍ଶ୍ୱରେ ଲୁଣାନଦୀ ପ୍ରବାହିତ ହେଉଛି । ଷଠିଲୋ ନିକଟରୁ ଏହି ଦ୍ୱୀପାଞ୍ଚଳ ଆରମ୍ଭ ହୋଇ ଡିହବଳରାମପୁରରେ ଶେଷ ହୋଇଛି । ଚଳିତ ବର୍ଷ ବନ୍ୟାରେ ସ୍ଥାନୀୟ ଅଧୀବାସୀଙ୍କ ଚାଷ ଓ ବାସ ଅଧିକ ନଷ୍ଟ ହୋଇଥିବା ସେ ପ୍ରକାଶ କରିଛନ୍ତି। ଏହି ଗ୍ରାମର ରେଖା ସେଠୀ କହିଛନ୍ତି, କରାଣ୍ଡିଆ ନଦୀ ଆମ ଜୀବନକୁ ଦୁର୍ବିସହ କରିଛି । ବନ୍ୟାରେ ୪ଟି ଘର ନଦୀଗର୍ଭକୁ ଚାଲିଯାଇଛି । ଏବେ ମାତ୍ର ଗୋଟିଏ ଘର ଅଛି ା ଗତ କିଛି ବର୍ଷ ପୂର୍ବେ ନଦୀ ଏଠାରୁ ପ୍ରାୟ ୩୦୦ ମିଟର ଦୂରରେ ଥିଲା । ନଦୀର ଗତିପଥ ପରିବର୍ତ୍ତନ ହେଉଥିବାରୁ କୂଳ ଖାଇଯାଉଥିବା ସେ ପ୍ରକାଶ କରିଛନ୍ତି । ସରପଞ୍ଚ ବିଦ୍ୟୁଲତା ସାହୁ କହିଛନ୍ତି, ପ୍ରାୟ ୨୦୦ ଘର ମଧ୍ୟରୁ ୬୦ ଘର ଗତ ୧୦ ବର୍ଷ ମଧ୍ୟରେ ନଦୀଗର୍ଭକୁ ଚାଲିଗଲାଣି। କେବଳ ଘର ନୁହେଁ, ନଦୀ ପଠା ଏବେ ନଦୀ ଶଯ୍ୟାରେ ପରିଣତ ହୋଇଛି । ଫଳରେ ଚାଷ ଜମି ହ୍ରାସ ପାଇଛି । ଏଠାରେ ପଥରବନ୍ଧ ନିର୍ମାଣ ପାଇଁ ସ୍ଥାନୀୟ ବିଧାୟିକା ଓ ଜିଲା ପ୍ରଶାସନଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିବା ସେ ପ୍ରକାଶ କରିଛନ୍ତି । ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ରାଜେଶ ନାୟକ କହିଛନ୍ତି, ନଦୀବନ୍ଧକୁ ପଥର ପ୍ୟାକିଂ କରିବାକୁ ଯୋଜନା ରହିଛି। ଏନେଇ ଖୁବ୍‌ଶୀଘ୍ର କାମ ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?