‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ ପୂରିଲା ୨୨ବର୍ଷ

ମୁମ୍ବାଇ: ବଲିଉଡ୍‌ ପ୍ରଯୋଜକ ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲିଙ୍କ ଲଭ୍‌ ଟ୍ରାଏଙ୍ଗଲ୍‌ ଉପରେ ଆଧାରିତ ହୋଇଥିବା ଫିଲ୍ମ ‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ ଆଜି ୨୨ବର୍ଷ ପୂରିଛି। ୧୯୯୯ ଜୁନ ୧୮ରେ ଏହି ଫିଲ୍ମ ରିଲିଜ୍‌ ହୋଇଥିଲା। ଏହି ଫିଲ୍ମରେ ପ୍ରଥମ ଥର ଅଭିନେତା ସଲମାନ ଖାଁ, ଅଜୟ ଦେବଗନ ଓ ଐଶ୍ୱର୍ଯ୍ୟା ରାୟଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ଏହା ସଞ୍ଜୟଙ୍କ ଆଜି ପର୍ଯ୍ୟନ୍ତର ସବୁଠାରୁ ବଡ଼ ହିଟ୍‌ ଫିଲ୍ମ ମଧ୍ୟରୁ ଅନ୍ୟତମ। ଏହି ସ୍ପତନ୍ତ୍ର ଦିନକୁ ଅଜୟ ଦେବଗନ ମନେପକାଇ ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ କିଛି ଥ୍ରୋବ୍ୟାକ୍‌ ଫଟୋ ଶେୟାର କରିଛନ୍ତି। ଏଥିସହ କ୍ୟାପସନ୍‌ରେ ଲେଖିଛନ୍ତି, ଏଭଳି ସମ୍ବେଦନଶୀଳ ଫିଲ୍ମ ଇତିହାସ ରଚିବ ବୋଲି ଆଶା କରି ନ ଥିଲୁ। ଅଜୟ ଶେୟାର କରିଥିବା ୩ଟି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ପ୍ରଶଂସକ ମଧ୍ୟ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। କେବଳ ପ୍ରଶଂସକ ନୁହଁନ୍ତି ସେଲିବ୍ରିଟିମାନେ ମଧ୍ୟ ଫଟୋକୁ ପସନ୍ଦ କରିବା ସହ କମେଣ୍ଟ କରିଛନ୍ତି। ଅନ୍ୟପଟେ ଅଭିନେତା ଅନିଲ କପୁର ମଧ୍ୟ ଏହି ଫଟୋରେ କମେଣ୍ଟ କରି କହିଛନ୍ତି, ଏହା ମୋର ପସନ୍ଦର ଚଳଚ୍ଚିତ୍ର, ଅଜୟଙ୍କ ଅଭିନୟ ବି ବେଶ୍‌ ଚତ୍ମକାର ରହିଥିଲା। ଏଥିସହ ଏକ ହାର୍ଟର ଇମୋଜିକୁ ଅନିଲ କପୁର ଶେୟାର କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri