ଶାହାରୁଖଙ୍କ ସହ ବିବାଦକୁ ନେଇ ମୁହଁ ଖୋଲିଲେ ଅଜୟ ଦେବଗନ

ମୁମ୍ବାଇ: ଅଜୟ ଦେବଗନ ଏବଂ ଶାହରୁଖ ଖାନ ହେଉଛନ୍ତି ବଲିଉଡ୍‌ର ସୁପରଷ୍ଟାର। ଦୁହେଁ ଗୋଟିଏ ବର୍ଷ ମଧ୍ୟରେ ହିଁ ବଲିଉଡରେ ଏଣ୍ଟ୍ରି କରିଥିଲେ। ୧୯୯୧ରେ ବଲିଉଡ୍‌ ସିଙ୍ଘମ ଫିଲ୍ମ ‘ଫୁଲ୍‌ ଔର କାଣ୍ଟେ’ରେ ଡେବ୍ୟୁ କରିଥିଲେ। ସେହିପରି କିଙ୍ଗ୍‌ ଖାନ ୧୯୯୨ରେ ଫିଲ୍ମ ‘ଦିଓ୍ବାନା’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଉଭୟଙ୍କ ମଧ୍ୟରେ ଶୀତଳ ଯୁଦ୍ଧ ଲାଗି ରହିଥିବା ଚର୍ଚ୍ଚା ହେଉଥିଲା। ଏବେ ଅଜୟ ଦେବଗନ ଏ ପ୍ରସଙ୍ଗରେ ନୀରବତା ଭାଙ୍ଗିଛନ୍ତି।

ଏକ ସାକ୍ଷାତକାରରେ ଅଜୟ କହିଛନ୍ତି, ‘ଆମେ ୯୦ ଦଶକରେ ୬-୭ ଅଭିନେତା ଥିଲୁ। ଆମର ଭଲ ବଣ୍ଡିଂ ରହିଛି। ଆମେ ସବୁବେଳେ ପରସ୍ପରକୁ ସମର୍ଥନ କରିଆସିଛୁ। ଗଣମାଧ୍ୟମ ଆମ ବିଷୟରେ ଯାହା ଲେଖନ୍ତି, ମୋ ଏବଂ ଶାହାରୁଖଙ୍କ ମଧ୍ୟରେ ସେପରି କିଛି ନାହିଁ। ଆମେ ଫୋନ୍‌ରେ କଥା ହେଉ। ଆମର ବନ୍ଧନ ବହୁତ ଶକ୍ତିଶାଳୀ। ଯେତେବେଳେ ବି କାହାର ଅସୁବିଧା ହୁଏ, ଆମେ ପରସ୍ପର ନିକଟରେ ଠିଆ ହେଉ।

ଗଣମାଧ୍ୟମ ବ୍ୟତୀତ ପ୍ରଶଂସକମାନେ ମଧ୍ୟ ମନଗଢ଼ା ଖବର ପ୍ରସ୍ତୁତ କରନ୍ତି’ ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ସମସ୍ତଙ୍କୁ କହିବାକୁ ଚାହେଁ ଯେ,; ଆମେ ଏକ। ଆପଣ ପରବର୍ତ୍ତୀ ସମୟରେ ଏହାକୁ ଧ୍ୟାନରେ ରଖିବେ।

ଶାହାରୁଖ ଅଭିନେତ୍ରୀ କାଜଲଙ୍କ ସହ ଅନେକ ସୁପରହିଟ୍‌ ଫିଲ୍ମ କରିଛନ୍ତି। କିନ୍ତୁ ଅଜୟ ଦେବଗନ ଏବଂ ଶାହାରୁଖ ଆଜି ପର୍ଯ୍ୟନ୍ତ କୌଣସି ଫିଲ୍ମ ଏକାଠି କରିନାହାନ୍ତି। ଏବେ ଉଭୟଙ୍କୁ ଏକ ବିଜ୍ଞାପନରେ ଏକାଠି ଦେଖିବାକୁ ମିଳିଥିଲା। ସେମାନଙ୍କର ପ୍ରଶଂସକମାନେ ଉଭୟଙ୍କୁ ଏକାଠି ଦେଖି ବହୁତ ଖୁସି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri