ଟ୍ରେଲର ରିଲିଜ ପୂର୍ବରୁ ଅଜୟ ଦେବଗନଙ୍କ ଫାଷ୍ଟ୍‌ ଲୁକ୍‌

ମୁମ୍ବାଇ: ଚଳିତବର୍ଷ ସୁପରଷ୍ଟାର ଅଜୟ ଦେବଗନଙ୍କୁ ନୂଆ ରୂପରେ ଦର୍ଶକେ ଦେଖିବେ। ଏହି ବର୍ଷ ଅଜୟ ଜଣେ ଅଭିନେତା, ନିର୍ଦ୍ଦେଶକ ଏବଂ ପ୍ରଯୋଜକ ଭାବରେ ଓଟିଟିରୁ ଆରମ୍ଭ କରି ପ୍ରେକ୍ଷାଳୟ ପର୍ଯ୍ୟନ୍ତ ଛାଇ ରହିବେ।

ଅଜୟ ଦେବଗନଙ୍କ ଫିଲ୍ମସ ବ୍ୟାନରରେ ଏକ ଓ୍ବେବ୍‌ ସିରିଜ ‘ଗ୍ରେଟ୍‌ ଇଣ୍ଡିଆନ ମର୍ଡର’ ଫେବୃୟାରୀ ୪ରେ ଡିଜ୍‌ନି ପ୍ଲସ ହଟଷ୍ଟାରକୁ ଆସୁଛି। ଆଲିଆ ଭଟ୍ଟଙ୍କ ଅଭିନୀତ ତଥା ସଞ୍ଜୟ ଲୀଲା ଭଁସାଲୀଙ୍କ ନିର୍ଦ୍ଦେଶିତ ‘ଗଙ୍ଗୁବାଇ କାଥିଆଓ୍ବାଡି’ରେ ଅଜୟ ଦେବଗନ ନଜର ଆସିବେ। ଏହି ଫିଲ୍ମରେ ତାଙ୍କୁ ଏକ ବିଶେଷ ଭୂମିକାରେ ଦେଖିବାକୁ ମିଳିବ। ୨୫ ଫେବୃୟାରୀରେ ଏହା ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଏହାର ଟ୍ରେଲର ଫେବୃୟାରୀ ୪ରେ ରିଲିଜ ହେବ। ମାତ୍ର ଏହାପୂର୍ବରୁ ଅଜୟ ତାଙ୍କର ଫାଷ୍ଟ୍‌ ଲୁକ୍‌ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।

ଏହି ଫିଲ୍ମରେ ସେ ଏକ ଦମ୍‌ଦାର ଭୂମିକାରେ ନଜର ଆସିବେ ବୋଲି ଜଣାପଡୁଛି। ଫିଲ୍ମରେ ମାତ୍ର ୨୦ ମିନିଟ୍‌ ପାଇଁ ସେ ଆସିବେ। ଅଜୟ ପୋଷ୍ଟର ଶେୟାର କରି କ୍ୟାପ୍‌ଶନରେ ଲେଖିଛନ୍ତି, ‘ନିଜର ପରିଚୟ ସହିତ ଚାର୍‌ଚାନ୍ଦ ଲଗାଇବାକୁ ମୁଁ ଆସୁଛି’। ଏଥିରେ ଅଭିନେତା ରଣବୀର ସିଂ ଲେଖିଛନ୍ତି, ପାଓ୍ବାର।

ଗତ ବର୍ଷ ନଭେମ୍ବରରେ ଆସିଥିବା ଅକ୍ଷୟ କୁମାରଙ୍କ ଫିଲ୍ମ ‘ସୂର୍ଯ୍ୟବଂଶୀ’ରେ ଅଜୟ ଦେବଗନଙ୍କୁ ସିଂହମ ଷ୍ଟାଇଲ୍‌ରେ ଦେଖିବାକୁ ମିଳିଥିଲା। ଯଦି ଆମେ ଅଜୟଙ୍କ ଫିଲ୍ମ ବିଷୟରେ କହିବା ତେବେ ତାଙ୍କର ଶେଷ ଫିଲ୍ମ ହେଉଛି ‘ତାନାଜୀ ଦ ଅନସଙ୍ଗ ଓ୍ବାରିୟର’। ଯାହା କରୋନା ମହାମାରୀ ଆରମ୍ଭ ପୂର୍ବରୁ ୨୦୨୦ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଏହା ପରେ ଅଜୟଙ୍କ ‘ଭୁଜ୍‌ ଦ ପ୍ରାଇଡ୍‌ ଅଫ୍‌ ଇଣ୍ଡିଆ’ ଡିଜ୍‌ନି ପ୍ଲସ ହଟଷ୍ଟାରରେ ଆସିଥିଲା। ‘ଗଙ୍ଗୁବାଇ କାଠିଆଓ୍ବାଡି’ ପରେ ଅଜୟ ମାର୍ଚ୍ଚ ୨୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରୁଥିବା ‘ଆର୍‌ଆର୍‌ଆର୍‌’ରେ ନଜର ଆସିବେ। ଏହି ଫିଲ୍ମରେ ସେ ଅତିଥି କଳାକାର ଭୂମିକାରେ ଦର୍ଶକଙ୍କ ସାମ୍ନାକୁ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri