Posted inଖେଳ

ସାର୍‌ଲର୍‌ ଲକ୍ସ ଓପନରୁ ଓହରିଲେ ଅଜୟ ଜୟରାମ, ଶୁଭଙ୍କର

ସାରବ୍ରକେନ୍ସ (ଜର୍ମାନୀ): କୋଭିଡ୍‌ ଆଶଙ୍କାରେ ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳି ଅଜୟ ଜୟରାମ ଏବଂ ଶୁଭଙ୍କର ଦେ ଗୁରୁବାର ସାର୍‌ଲର୍‌ ଲକ୍ସ ଓପନ୍‌ ଟୁର୍ନାମେଣ୍ଟରୁ ଓହରିଯାଇଛନ୍ତି। ଏହି ଦୁଇ ଖେଳାଳି ବର୍ତ୍ତମାନ ଆଇସୋଲେଶନରେ ଅଛନ୍ତି। ଗତଥରର ଚାମ୍ପିୟନ ୧୯ବର୍ଷୀୟ ଲକ୍ଷ୍ୟ ସେନ୍‌ଙ୍କ ପିତା ତଥା କୋଚ୍‌ କରୋନା ପଜିଟିଭ୍‌ ଜଣାପଡ଼ିବା ପରେ ସେ ନିଜେ ବୁଧବାର ପ୍ରତିଯୋଗିତାରୁ ଓହରିଯାଇଥିଲେ। ଡି.କେ. ସେନ୍‌ଙ୍କ ନିକଟରେ କିନ୍ତୁ କୌଣସି ଲକ୍ଷଣ ଦେଖା ନ ଥିଲା। ତାଙ୍କ ସହ ସଂସ୍ପର୍ଶରେ ଆସିଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଅଜୟ ଜୟରାମ ଏବଂ ଶୁଭଙ୍କର ଦେ ଟୁର୍ନାମେଣ୍ଟରୁ ଓହରିଯିବାକୁ ବାଧ୍ୟ ହୋଇଛନ୍ତି। ଗୁରୁବାର ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ତରଫରୁ ଏହି ସୂଚନା ଦିଆଯାଇଛି। ପରେ ଜୟରାମ୍‌ ଏହି ପ୍ରସଙ୍ଗରେ କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ, ଜାତୀୟ ବ୍ୟାଡ୍‌ମିଣ୍ଟନ ମହାସଂଘ ଏବଂ ବିଡବ୍ଲ୍ୟୁଏଫ୍‌ ଟୁଇଟର ପୋଷ୍ଟ କରିଛନ୍ତି। ଆୟୋଜକଗଣ ସେମାନଙ୍କୁ କେବଳ ଆଇସୋଲେଶନରେ ରହିବାକୁ କହିଛନ୍ତି। ଏହାଛଡ଼ା ଅନ୍ୟ କୌଣସି ସୂଚନା କିମ୍ବା ସହାୟତା ପ୍ରଦାନ କରି ନାହାନ୍ତି। ଏଠାରେ ସେମାନେ ଏକ ଅପ୍ରୀତିକର ପରିସ୍ଥିତିରେ ପଡ଼ିଛନ୍ତି। ସେମାନେ ଭାରତ ଫେରିଯିବାକୁ ଚାହାନ୍ତି। ଜୟରାମ କହିଛନ୍ତି, ସେମାନଙ୍କ ନିକଟରେ କୋଭିଡ୍‌ ନେଗେଟିଭ୍‌ ସାର୍ଟିଫିକେଟ ରହିଥିଲା ଏବଂ କୌଣସି ଲକ୍ଷଣ ମଧ୍ୟ ନ ଥିଲା। ଜର୍ମାନୀର ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରୁ ନାହିଁ। ପୁନଶ୍ଚ ସେମାନଙ୍କର ଏଠାରେ ପୁନର୍ବାର କୋଭିଡ୍‌ ଟେଷ୍ଟ ହୋଇପାରିବ କି ନା ତାହା ଜାଣିବାକୁ ଚାହୁଛନ୍ତି। ବର୍ତ୍ତମାନ ଯେଉଁ ପରିସ୍ଥିତି ଉପୁଜିଛି ସେଥିପାଇଁ ଶୁଭଙ୍କର ଆୟୋଜକଙ୍କଠାରୁ କ୍ଷତିପୂରଣ ଚାହିଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?