ଶରତଙ୍କ ଇସ୍ତଫା ଖବରକୁ ନେଇ ବଡ଼ ବୟାନ ଦେଲେ ଅଜୟ କୁମାର

ଭୁବନେଶ୍ୱର, ୨୯।୬(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ରାଜ୍ୟରେ ପ୍ରଥମ ଥର ଲାଗି ଭାଜପା ସରକାର କ୍ଷମତାକୁ ଆସିଥିବା ବେଳେ ୨୦୧୯ ତୁଳନାରେ କଂଗ୍ରେସର ବିଧାୟକଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ବିଜେଡି ୨୪ ବର୍ଷ ଧରି ସରକାରରେ ଥିବାବେଳେ ଏଥର ରାଜ୍ୟବାସୀ ତାକୁ କ୍ଷମତାଚ୍ୟୁତ କରିଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ବିରୋଧୀ ଦଳ ନେତା ଭାବେ ବାଛି ସାରିଥିବା ବେଳେ ଭାଜପା ବିଧାୟକ ଦଳ ନେତା ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେଇସାରିଲେଣି। ହେଲେ ଏ ପର୍ଯ୍ୟନ୍ତ କଂଗ୍ରେସ ବିଧାୟକ ଦଳ ନେତା ଚୟନରେ ପଛରେ ପଡ଼ିଯାଇଛି। ବିଧାୟକ ଦଳ ନେତା ପଦବୀକୁ ନେଇ କଂଗ୍ରେସ ଭିତରେ ଦ୍ୱନ୍ଦ୍ୱ ଚାଲିଥିବା ଜଣାପଡିଛି। ଅନ୍ୟପଟେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଇସ୍ତଫା ନେଇ ମଧ୍ୟ ଦଳ ଭିତରେ ଆଲୋଚନା ଜୋର୍‌ ଧରିଲାଣି। ଏଭଳି ସ୍ଥିତିରେ ଏହି ପ୍ରସଙ୍ଗକୁ ନେଇ କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର କହିଛନ୍ତି , ବିଧାୟକ ଦଳ ନେତା କିଏ ହେବେ ତାକୁ ନେଇ ଯେଉଁ ରିପୋର୍ଟ ପ୍ରସ୍ତୁତ କରାଯାଇଥିଲା ତାହା ଏଆଇସିସି (ଅଖିଳ ଭାରତ କଂଗ୍ରେସ କମିଟି) ସଭାପତିଙ୍କ ନିକଟକୁ ପଠାଇ ଦିଆଯାଇଛି। ଖୁବ୍‌ଶୀଘ୍ର ଏନେଇ ଘୋଷଣା କରାଯିବ। ଅନ୍ୟପଟେ ପିସିସି ସଭାପତିଙ୍କ ଇସ୍ତଫାକୁ ନେଇ ଚାଲିଥିବା ଆଲୋଚନା ଉପରେ ପ୍ରତିକ୍ରିୟା ଦେଇ ଅଜୟ କୁମାର କହିଛନ୍ତି, ଶରତ ପଟ୍ଟନାୟକ ନିର୍ବାଚନ ପରେ ତାଙ୍କ ଇସ୍ତଫା ଦେବା ନେଇ କହିଦେଇଥିଲେ। ହେଲେ ସମୟ ଅନୁସାରେ ସବୁ ହେବ। ହଠାତ୍‌ ସବୁ କିଛି ଦଳରେ ହୁଏ ନାହିଁ। ସେହିପରି ରାଜ୍ୟରେ ନିର୍ବାଚନ ବିପର୍ଯ୍ୟୟ ବିଷୟ ନେଇ ବରିଷ୍ଠ ନେତାମାନେ ପ୍ରଶ୍ନ ଉଠାଇବା ଆରମ୍ଭ କରିଛନ୍ତି। ବରିଷ୍ଠ ନେତା ପଞ୍ଚାନନ କାନୁନ୍‌ଗୋ ଶୁକ୍ରବାର ଗଣମାଧ୍ୟମକୁ କହିଥିଲେ, ସେ ଶରତ ପଟ୍ଟନାୟକଙ୍କୁ ବିପର୍ଯ୍ୟୟ କାରଣ ନେଇ ବୈଠକ କରିବାକୁ ଚିଠି ଲେଖିଥିଲେ ମଧ୍ୟ ଏଯାଏଁ ଏନେଇ କିଛି କରାଗଲା ନାହିଁ କି ଉତ୍ତର ମିଳିଲା ନାହିଁ। ଏନେଇ ଅଜୟ କୁମାର କହିଛନ୍ତି, ୨ ବରିଷ୍ଠ ଏଆଇସିସି ନେତାଙ୍କୁ ଦାୟିତ୍ୱ ଦିଆଯାଇଛି। ପାର୍ଲାମେଣ୍ଟ ଅଧିବେଶନ ଶେଷ କଂପେରେ ଏହା ଉପରେ ଆଲୋଚନା ହେବ। ରାଜ୍ୟକୁ ଉଭୟ କେନ୍ଦ୍ରୀୟ ନେତା ଆସିବେ ନ ହେଲେ ଦିଲ୍ଲୀକୁ ରାଜ୍ୟ ନେତାଙ୍କୁ ଡାକି ବୈଠକ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri