ବିଜେଡି, ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ: ଅଜୟ କୁମାର

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର): ଆଉ ୨ ଦିନ ପରେ ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ହେବ। ତେଣୁ ରାଜ୍ୟବାସୀ ବିଜେଡି ଓ ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ। ନିଜ ପରିବାରର ଅଧିକାର ପାଇଁ ଭୋଟ ଦିଅନ୍ତୁ। ଗତ ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇପାରିନାହିଁ ରାଜ୍ୟବାସୀଙ୍କ ପାଇଁ ତାହା କଂଗ୍ରେସ କରିଦେଖାଇବ। ଅତୀତରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ହିତାଧିକାରୀଙ୍କୁ ଚାଉଳ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଗ୍ରାମାଞ୍ଚଳର ଗରିବ ପରିବାରକୁ ରୋଜଗାର କଂଗ୍ରେସ ସରକାର ହିଁ ଦେଇଥିଲା। କେନ୍ଦ୍ର ଓ ରାଜ୍ୟ ସରକାର କେବଳ କଂଗ୍ରେସ ଯୋଜନାକୁ ନିଜ ନାମରେ କରାଇ ଲୋକଙ୍କୁ ଭଣ୍ଡାଇବାକୁ ଚେଷ୍ଟା କରୁଛନ୍ତି। ତେଣୁ ସେମାନଙ୍କ କଥାରେ ଭାସି ନ ଯାଇ ନିଜର ଭବିଷ୍ୟତ ପାଇଁ କଂଗ୍ରେସକୁ ଭୋଟ ଦିଅନ୍ତୁ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର ଆହ୍ବାନ କରିଛନ୍ତି।

ମଙ୍ଗଳବାର କଂଗ୍ରେସ ଭବନରେଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳୀନରେ ଅଜୟ କୁମାର କହିଛନ୍ତି, କଂଗ୍ରେସ କ୍ଷମତାକୁ ଆସିଲେ କୃଷକଙ୍କୁ ବୋନସ ସହ ଧାନ କୁଇଣ୍ଟାଲ ପ୍ରତି ୩ ହଜାର ଟଙ୍କା ଏମ୍‌ଏସ୍‌ପି ପ୍ରଦାନ କରାଯିବ, ଯାହାକି ନବୀନ ସରକାର ମାତ୍ର ୧୭୦୦ ଟଙ୍କା ଦେଉଛନ୍ତି। ଏଥିସହ କୃଷିଋଣ ଛାଡ଼ କରାଯିବ ଓ କୃଷକଙ୍କୁ ମାସିକ ୨ ହଜାର ଟଙ୍କା ଭତ୍ତା ମଧ୍ୟ ପ୍ରଦାନ କରାଯିବ। ଏଥିସହ ଘରୋଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ୨୦୦ ୟୁନିଟ୍‌ ବିଦ୍ୟୁତ୍‌ ଛାଡ଼ କରାଯିବ। ଏହାଦ୍ୱାରା ସେମାନଙ୍କ ମାସିକ ୨ରୁ ୩ ହଜାର ଟଙ୍କା ସଞ୍ଚୟ ହୋଇପାରିବ। ୫ ହଜାର ଯୁବତୀ ଯୁବକଙ୍କୁ ନିଯୁକ୍ତି, ସ୍ନାତକ ଓ ଡିପ୍ଲୋମାଧାରୀ ବେକାରଙ୍କୁ ମାସିକ ୩ ହଜାର ଟଙ୍କାର ବେକାରି ଭତ୍ତା ମିଳିବ। ସେହିପରି ୧୦୦ ଦିନ ମଧ୍ୟରେ ଜାତି ଜନଗଣନା କରିବାକୁ କଂଗ୍ରେସ ଗ୍ୟାରେଣ୍ଟି ଦେଉଛି। ଏହାଦ୍ୱାରା ସାଧାରଣ ଗରିବ ପରିବାର, ଏସ୍‌ସି, ଏସ୍‌ଟି ଓ ଓବିସି ବର୍ଗ ବିଭିନ୍ନ କ୍ଷେତ୍ରରେ ସୁବିଧା ପାଇପାରିବେ। ସେହିପରି ୬ ମାସ ମଧ୍ୟରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଟଙ୍କା ଫେରସ୍ତ, ସରକାରୀ କର୍ମଚାରୀଙ୍କ ପାଇଁ ପୁରୁଣା ପେନ୍‌ସନ ଯୋଜନା ଲାଗୁ ଏବଂ ପ୍ରତ୍ୟେକ ସରକାରୀ ଚାକିରିକୁ ସ୍ଥାୟୀ କରିବାକୁ କଂଗ୍ରେସ ପ୍ରତିଶ୍ରୁତି ଦେଉଛି ବୋଲି ଅଜୟ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri