ବିଜେଡି, ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ: ଅଜୟ କୁମାର

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର): ଆଉ ୨ ଦିନ ପରେ ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ହେବ। ତେଣୁ ରାଜ୍ୟବାସୀ ବିଜେଡି ଓ ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ। ନିଜ ପରିବାରର ଅଧିକାର ପାଇଁ ଭୋଟ ଦିଅନ୍ତୁ। ଗତ ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇପାରିନାହିଁ ରାଜ୍ୟବାସୀଙ୍କ ପାଇଁ ତାହା କଂଗ୍ରେସ କରିଦେଖାଇବ। ଅତୀତରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ହିତାଧିକାରୀଙ୍କୁ ଚାଉଳ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଗ୍ରାମାଞ୍ଚଳର ଗରିବ ପରିବାରକୁ ରୋଜଗାର କଂଗ୍ରେସ ସରକାର ହିଁ ଦେଇଥିଲା। କେନ୍ଦ୍ର ଓ ରାଜ୍ୟ ସରକାର କେବଳ କଂଗ୍ରେସ ଯୋଜନାକୁ ନିଜ ନାମରେ କରାଇ ଲୋକଙ୍କୁ ଭଣ୍ଡାଇବାକୁ ଚେଷ୍ଟା କରୁଛନ୍ତି। ତେଣୁ ସେମାନଙ୍କ କଥାରେ ଭାସି ନ ଯାଇ ନିଜର ଭବିଷ୍ୟତ ପାଇଁ କଂଗ୍ରେସକୁ ଭୋଟ ଦିଅନ୍ତୁ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର ଆହ୍ବାନ କରିଛନ୍ତି।

ମଙ୍ଗଳବାର କଂଗ୍ରେସ ଭବନରେଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳୀନରେ ଅଜୟ କୁମାର କହିଛନ୍ତି, କଂଗ୍ରେସ କ୍ଷମତାକୁ ଆସିଲେ କୃଷକଙ୍କୁ ବୋନସ ସହ ଧାନ କୁଇଣ୍ଟାଲ ପ୍ରତି ୩ ହଜାର ଟଙ୍କା ଏମ୍‌ଏସ୍‌ପି ପ୍ରଦାନ କରାଯିବ, ଯାହାକି ନବୀନ ସରକାର ମାତ୍ର ୧୭୦୦ ଟଙ୍କା ଦେଉଛନ୍ତି। ଏଥିସହ କୃଷିଋଣ ଛାଡ଼ କରାଯିବ ଓ କୃଷକଙ୍କୁ ମାସିକ ୨ ହଜାର ଟଙ୍କା ଭତ୍ତା ମଧ୍ୟ ପ୍ରଦାନ କରାଯିବ। ଏଥିସହ ଘରୋଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ୨୦୦ ୟୁନିଟ୍‌ ବିଦ୍ୟୁତ୍‌ ଛାଡ଼ କରାଯିବ। ଏହାଦ୍ୱାରା ସେମାନଙ୍କ ମାସିକ ୨ରୁ ୩ ହଜାର ଟଙ୍କା ସଞ୍ଚୟ ହୋଇପାରିବ। ୫ ହଜାର ଯୁବତୀ ଯୁବକଙ୍କୁ ନିଯୁକ୍ତି, ସ୍ନାତକ ଓ ଡିପ୍ଲୋମାଧାରୀ ବେକାରଙ୍କୁ ମାସିକ ୩ ହଜାର ଟଙ୍କାର ବେକାରି ଭତ୍ତା ମିଳିବ। ସେହିପରି ୧୦୦ ଦିନ ମଧ୍ୟରେ ଜାତି ଜନଗଣନା କରିବାକୁ କଂଗ୍ରେସ ଗ୍ୟାରେଣ୍ଟି ଦେଉଛି। ଏହାଦ୍ୱାରା ସାଧାରଣ ଗରିବ ପରିବାର, ଏସ୍‌ସି, ଏସ୍‌ଟି ଓ ଓବିସି ବର୍ଗ ବିଭିନ୍ନ କ୍ଷେତ୍ରରେ ସୁବିଧା ପାଇପାରିବେ। ସେହିପରି ୬ ମାସ ମଧ୍ୟରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଟଙ୍କା ଫେରସ୍ତ, ସରକାରୀ କର୍ମଚାରୀଙ୍କ ପାଇଁ ପୁରୁଣା ପେନ୍‌ସନ ଯୋଜନା ଲାଗୁ ଏବଂ ପ୍ରତ୍ୟେକ ସରକାରୀ ଚାକିରିକୁ ସ୍ଥାୟୀ କରିବାକୁ କଂଗ୍ରେସ ପ୍ରତିଶ୍ରୁତି ଦେଉଛି ବୋଲି ଅଜୟ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri