ଓଡ଼ିଶାରେ କାହିଁକି ଫେଲ୍ ମାରିଲା କଂଗ୍ରେସ, ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଖୋଜିବ କାରଣ

ନୂଆଦିଲ୍ଲୀ, ୧୯।୬: କିଛି ରାଜ୍ୟରେ ଲୋକ ସଭା ଏବଂ ଓଡ଼ିଶା ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିଥିଲା। ଏହି ସବୁ ରାଜ୍ୟରେ କାହିଁକି ଦଳ ଖରାପ ପ୍ରଦର୍ଶନ କଲା, ଏହାର କାରଣ ଖୋଜିବାକୁ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛି କଂଗ୍ରେସ। ଓଡ଼ିଶା ସମେତ ମଧ୍ୟ ପ୍ରଦେଶ, ଛତିଶଗଡ଼, ଦିଲ୍ଲୀ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, କର୍ଣ୍ଣାଟକ ଏବଂ ତେଲେଙ୍ଗାନା ପାଇଁ ଟିମ୍ ଗଠନ କରାଯାଇଛି।

ଓଡ଼ିଶା ପାଇଁ ଅଜୟ ମାକେନ ଏବଂ ତାରିକ ଆନୱାରଙ୍କୁ ଦାୟିତ୍ୱ ମିଳିଛି। ସେହିପରି ଓଡିଶାରୁ ଏକମାତ୍ର କଂଗ୍ରେସ ଏମପି ସପ୍ତଗିରି ଉଲକାଙ୍କୁ ମଧ୍ୟପ୍ରଦେଶରେ ଦଳର ପରାଜୟର କାରଣ ଖୋଜିବାକୁ ଦାୟିତ୍ୱ ଦିଆଯାଇଛି। ତାଙ୍କ ସହିତ ପୃଥ୍ବୀ ରାଜ ଚଭନ ଏବଂ ଜିଜିନେଶ ମାଭେନିଙ୍କୁ ମଧ୍ୟ ପ୍ରଦେଶ ଦାୟିତ୍ୱ ମିଳିଛି।

ଛତିଶଗଡ଼ ପାଇଁ ବିରପ୍ପା ମୋଇଲି ଏବଂ ହରିଶ ଚୌଧୁରୀ। ଦିଲ୍ଲୀ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ ପାଇଁ ପି.ଏଲ ପୁନିଆ ଏବଂ ରଜନୀ ପାଟିଲଙ୍କୁ ଦାୟିତ୍ୱ ମିଳିଛି। କର୍ଣ୍ଣାଟକ ପାଇଁ ମଧୁସୂଦନ ମିସ୍ତ୍ରୀ, ଗୌରବ ଗୋଗଇ ଏବଂ ହିବି ଏଡେନଙ୍କୁ ଦାୟିତ୍ୱ ମିଳିଛି। ସେହିପରି ତେଲେଙ୍ଗାନା ପାଇଁ ପି.କେ କୁରିଏନ, ରକିବୁଲ ହୁସେନ ଏବଂ ପରଗତ ସିଂହଙ୍କୁ ଦାୟିତ୍ୱ ମିଳିଛି।

ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସ ୯୯ ଲୋକ ସଭା ଆସନରେ ବିଜୟୀ ହୋଇଥିଲା ବେଳେ ଓଡ଼ିଶା ବିଧାନସଭା ନିର୍ବାଚନରେ ମାତ୍ର ୧୫ ଟି ଆସନରେ ବିଜୟୀ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri