Posted inଖେଳ

ଅଜୟ ସିଂ ବିଏଫ୍‌ଆଇ ଅଧ୍ୟକ୍ଷ ଭାବେ ପୁନଃ ନିର୍ବାଚିତ

ନୂଆଦିଲ୍ଲୀ,୪।୨(ପି.ଟି.): ଅଜୟ ସିଂ ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ)ର ଅଧ୍ୟକ୍ଷ ଭାବେ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଅନ୍ତର୍ଜାତୀୟ ବକ୍ସିଂ ଆସୋସିଏଶନ (ଏଆଇବିଏ) ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିବା ମତଦାନରେ ଅଜୟ ଅତି ସହଜରେ ଆଶିଷ ଶେଲାରଙ୍କୁ ପରାସ୍ତ କରି ଆଗାମୀ ୪ ବର୍ଷ ପାଇଁ ଏହି ହାଇପ୍ରୋଫାଇଲ ପଦକୁ ନିର୍ବାଚିତ ହୋଇଛନ୍ତି।
ଅଜୟ ସ୍ପାଇଶ୍‌ ଜେଟ୍‌ର ଚେୟାରମ୍ୟାନ ରହିଛନ୍ତି। ଗୁରୁଗ୍ରାମ୍‌ରେ ଅନୁଷ୍ଠିତ ଏହି ମତଦାନରେ ଅଜୟ ୩୭- ୨୭ ବ୍ୟବଧାନରେ ବିଜୟୀ ହୋଇଥିଲେ। ସେହିପରି ଆସାମର ହେମନ୍ତ କୁମାର କାଲିଟା ନୂଆ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି। ମହାରାଷ୍ଟ୍ରର ଜୟ କୋଓ୍ବଲିଙ୍କ ସ୍ଥାନରେ କାଲିଟା ଦାୟିତ୍ୱ ସମ୍ଭାଳିବେ। କାଲିଟା ସେଲାରଙ୍କୁ ସମର୍ଥନ କରିଥିଲେ ଓ ନିର୍ବାଚନ ଲଢିବାକୁ ନିଷ୍ପତ୍ତି ନେଇଥିଲେ। ପୁଣି ଥରେ ନିର୍ବାଚିତ ହୋଇଥିବାରୁ ଅଜୟ ଖୁସି ଜାହିର କରିଛନ୍ତି। ବିଏଫ୍‌ଆଇ ମୋ ଉପରେ ପୁଣିଥରେ ଭରସା କରିଥିବାରୁ କୃତଜ୍ଞ ରହିବି ବୋଲି ସେ କହିଛନ୍ତି। ମହିଳା ବକ୍ସିଂ ଉପରେ ପ୍ରାଧାନ୍ୟ ଦେବେ ବୋଲି ଅଜୟ କହିଛନ୍ତି। ସପୋର୍ଟ ଷ୍ଟାଫ୍‌ ଭୂମିକାରେ ମହିଳାମାନଙ୍କୁ ଆଗକୁ ଆଣିବାକୁ ପ୍ରୟାସ କରାଯିବ। ଗୋଆର ଦନୁଷ୍କା ଡ’ଗାମା ଯୁଗ୍ମ ସମ୍ପାଦକ ଭାବେ ଆମ ଟିମ୍‌ରେ ସାମିଲ ହେବେ ବୋଲି ସେ କହିଛନ୍ତି। ଆଶିଷ ଶେଲାର ମହାରାଷ୍ଟ୍ରର ଜଣେ ଭାଜପା ଏମ୍‌ଏଲ୍‌ଏ। ସେ ମଧ୍ୟ ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ)ର ପୂର୍ବତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଛନ୍ତି। ମତଦାନରେ ଏଆଇବିଏ ପର୍ଯ୍ୟବେକ୍ଷକ ଭାବେ ୟୁରୀ ଜେସେଭ ଉପସ୍ଥିତ ଥିଲେ। ଏହି ନିର୍ବାଚନ ପ୍ରଥମେ ଗତବର୍ଷ ସେପ୍ଟେମ୍ବରରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ କୋଭିଡ୍‌-୧୯ ମହାମାରୀ କାରଣରୁ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା। ମାମଲା ଦିଲ୍ଲୀ ହାଇକୋର୍ଟରେ ପହଞ୍ଚଥିଲା। ଫଳରେ ୩ ତାରିଖରେ ଅନୁଷ୍ଠିତ ଷଷ୍ଠ ବାର୍ଷିକ ସାଧାରଣ ବୈଠକରେ ନିର୍ବାଚନ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri