କରୋନା ସଙ୍କଟ ଯୋଗୁ ସ୍ଥଗିତ ହେଲା ଅଜୟଙ୍କ ଏହି ଫିଲ୍ମ: ଜାଣନ୍ତୁ କେବେ ହେବ ରିଲିଜ୍‌

ମୁମ୍ବାଇ: କରୋନା ଭାଇରସ୍‌ ଏଣ୍ଟରଟେନମେଣ୍ଟ ଇଣ୍ଡଷ୍ଟ୍ରିରେ ଏଭଳି ପ୍ରଭାବ ପକାଇଛି, ଯାହା ଦୀର୍ଘ ଦିନ ଧରି ଦେଖାଯିବ। କୋଟି କୋଟି ଟଙ୍କାର କ୍ଷତି ସହିଥିବା ଏଣ୍ଟରଟେନମେଣ୍ଟ ଇଣ୍ଡଷ୍ଟ୍ରି ଏବେ ପୁଣିଥରେ ନିଜ ଗୋଡ଼ରେ ଠିଆ ହେବାକୁ ଚେଷ୍ଟା କରୁଛି। ଇତିମଧ୍ୟରେ ଏକ ଖବର ଶୁଣିବାକୁ ମିଳିଛି ଯେ, ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଫିଲ୍ମ ‘ମୈଦାନ’ନୂଆ ତାରିଖରେ ରିଲିଜ୍‌ ହେବାକୁ ଯାଉଛି। ସୂଚନା ମୁତାବକ ଅଜୟଙ୍କ ଉଚ୍ଚଭିଳାଷୀ ଫିଲ୍ମ ମୈଦାନର ରିଲିଜ୍‌କୁ ନେଇ ପ୍ରଶଂସକଙ୍କ ମନରେ ଉତ୍କଣ୍ଠା ଭରି ରହିଛି। ତେବେ ପ୍ରଶଂସକଙ୍କୁ ଖୁସି କରିବାକୁ ଯାଇ ଅଜୟ ସୋସିଆଲ ମିଡିଆରେ ଫିଲ୍ମର ରିଲିଜ୍‌ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ସ୍ବାଧିନତା ଦିବସ ଅବସରରେ ଏହି ଫିଲ୍ମକୁ ରିଲିଜ୍‌ କରାଯିବ। ଅର୍ଥାତ୍‌ ୨୦୨୧ ଅଗଷ୍ଟ ୧୩ରେ ଫିଲ୍ମ ମୈଦାନ ରିଲିଜ୍‌ କରାଯିବ ବୋଲି ଅଜୟ ସୂଚନା ଦେଇଛନ୍ତି। ପୂର୍ବରୁ ଚଳିତ ବର୍ଷ ନଭେମ୍ବରରେ ଏହାକୁ ରିଲିଜ୍‌ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ କରୋନା ଭାଇରସ୍‌ ଯୋଗୁ ଫିଲ୍ମ ମୈଦାନକୁ ସ୍ଥଗିତ ରଖିବାକୁ ପଡ଼ିଛି। ତେବେ ଆସନ୍ତା ବର୍ଷ ଦର୍ଶକ ଏହି ଫିଲ୍ମକୁ ସିଧାସଳଖ ହଲ୍‌ରେ ଦେଖିପାରିବେ। ଅମିତ ଶର୍ମାଙ୍କ ନିର୍ଦ୍ଦେଶିତ ଉକ୍ତ ଫିଲ୍ମରେ ଅଜୟ ଜଣେ ଫୁଟବଲ କୋଚ୍‌ ଚରିତ୍ରରେ ନଜର ଆସିବେ। ଅଜୟ ଏହି ଚଳଚ୍ଚିତ୍ରରେ ସୟିଦ ଅବଦୁଲ ରହୀମ ଭୂମିକାରେ ଅଭିନୟ କରିବେ। ସୟିଦ ପ୍ରକୃତରେ ୧୯୫୦ରୁ ୧୯୬୩ ପର୍ଯ୍ୟନ୍ତ ଫୁଟବଲ ଦଳର କୋଚ ଥିଲେ। ସୟିଦଙ୍କୁ ଆଧୁନିକ ଭାରତୀୟ ଫୁଟବଲର ସ୍ଥପତି ମଧ୍ୟ କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri