Posted inଖେଳ

୨୭ଥର ଅଶ୍ୱିନ ପାଇଁ ଏହି କାମ କରିଛନ୍ତି ଅଜିଙ୍କେ ରାହାନେ

ମେଲବୋର୍ନ,୨୮।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ (ଏମସିଜି) ଖେଳାଯାଉଥିବା ବକ୍ସିଂ ଡେ’ ଟେଷ୍ଟରେ ରବିଚନ୍ଦ୍ରନ ଅଶ୍ୱିନ ଏବଂ ଅଜିଙ୍କେ ରାହାନେ ମିଶି ଏକ ସ୍ବତନ୍ତ୍ର କ୍ଲବରେ ସାମିଲ ହୋଇଛନ୍ତି। ବୋଲର ଏବଂ ଫିଲ୍ଡର ଏକାଠି ସର୍ବାଧିକ ଉଇକେଟ ନେବା କ୍ଲବରେ ଉଭୟ ସାମିଲ ହୋଇଛନ୍ତି।ନ୍‌ ବର୍ଡର ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲୀୟ ଇନିଂସର ୧୭.୫ ଓଭରରେ ରବିଚନ୍ଦ୍ରନ ଅଶ୍ୱିନଙ୍କ ବଲ୍‌ରେ ମାର୍ନୁସ ଲାବୁଶେନଙ୍କ ଚମତ୍କାର କ୍ୟାଚ ଅଧିନାୟକ ଅଜିଙ୍କେ ରାହାନେ ଧରିଥିଲେ। ରାହାନେ ଅଶ୍ୱିନଙ୍କ ପାଇଁ ଏହିପରି ୨୭ଥର ଉଇକେଟ୍‌ ନେବା ଥିଲା। ବୋଲର ଏବଂ ଫିଲ୍ଡରଙ୍କ ମିଶ୍ରଣରେ ଅନିଲ କୁମ୍ବଲେ ଏବଂ ରାହୁଲ ଦ୍ରାବିଡ ସର୍ବାଧିକ ଉଇକେଟ ନେଇ ଶୀର୍ଷରେ ଅଛନ୍ତି।

ଫିଲ୍ଡର-ବୋଲର ମିଶ୍ରଣରେ ଉଇକେଟ (ଭାରତ)
୫୫ – ରାହୁଲ ଦ୍ରାବିଡ଼ – ଅନିଲ କୁମ୍ବଲେ
୫୧ – ରାହୁଲ ଦ୍ରାବିଡ଼ – ହରଭଜନ ସିଂ
୨୭- ଅଜିଙ୍କ୍ୟ ରାହାଣେ- ରବିଚନ୍ଦ୍ରନ ଅଶ୍ୱିନ
୨୬- ଭିଭିଏସ ଲକ୍ଷ୍ମଣ – ଅନିଲ କୁମ୍ବଲେ
୨୫ – ମହମ୍ମଦ ଅଜହରୁଦ୍ଦିନ – ଅନିଲ କୁମ୍ବଲେ


Enter your email to get our daily news in your inbox.

All Right Reserved By Dharitri.Com

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri