Posted inଖେଳ

ଟେଷ୍ଟ କ୍ୟାରିୟର୍‌ ପ୍ରଥମଥର ପାଇଁ ଏମିତି ଅବସ୍ଥା ଭୋଗିଲେ ଅଜିଙ୍କେ ରାହାନେ

ମେଲବୋର୍ନ,୨୮।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମେଲବୋନର୍ର୍ କ୍ରିକେଟ ଗ୍ରାଉଣ୍ଡରେ (ଏମସିଜି) ଖେଳାଯାଉଥିବା ବକ୍ସିଂ ଡେ ଟେଷ୍ଟର ତୃତୀୟ ଦିନରେ ଅଧିନାୟକ ଅଜିଙ୍କ୍ୟ ରାହାନେ ୧୨୨ ରନ୍‌ରେ ରନ୍‌ଆଉଟ୍‌ ହୋଇଛନ୍ତି। ଉଇକେଟ କିପର ଟିମ ପେନ୍‌ ଏବଂ ମାର୍ନସ ଲାବୁସାଗ୍ନେ ରାହାନେଙ୍କୁ ଆଉଟ୍‌ କରିଥିଲେ। ଟେଷ୍ଟ କ୍ୟାରିୟରରେ ରାହାନେ ପ୍ରଥମ ଥର ରନ୍‌ଆଉଟ ହୋଇଛନ୍ତି। ଗୋଟିଏ ସିଙ୍ଗଲ ନେବା ଚକ୍କରରେ ସେ ଆଉଟ ହୋଇଥିଲେ।
ବକ୍ସିଂ ଡେ ଟେଷ୍ଟର ଦ୍ୱିତୀୟ ଦିନରେ ଅଜିଙ୍କ୍ୟ ରାହାଣେ ବ୍ୟାଟିଂ ଆରମ୍ଭ କରିଥିଲେ। ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ସେ ୧୦୪ ରନ ଖେଳୁଥିଲେ। ମ୍ୟାଚର ତୃତୀୟ ଦିନରେ ପୂର୍ବ ଦିନ ସ୍କୋରରେ ୮ରନ ଯୋଡିବା ପରେ ସେ ପାଭିଲିୟନକୁ ଫେରିଥିଲେ। ଅଜିଙ୍କ୍ୟା ଏମସିଜିରେ ୧୧୨ ରନ୍‌ର ଚମତ୍କାର ଇନିଂସ ଖେଳି ୨୨୩ ବଲରେ ୧୨ ଚୌକା ସହ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ଏହି ସମୟରେ ରାହାନେଙ୍କ ଷ୍ଟ୍ରାଇକ ହାର ୫୦.୨୨ ଥିଲା। ତେବେ ଅନେକ ଉତ୍କୃଷ୍ଟ ରେକର୍ଡ ସହିତ ଟେଷ୍ଟ କ୍ରିକେଟ ରେ ରନ ଆଉଟ ହେବାର ଅବାଞ୍ଛିତ ରେକର୍ଡରେ ତାଙ୍କ ନାମ ଯୋଡି ହୋଇଥିଲା।
୩୨ ବର୍ଷୀୟ ଅଜିଙ୍କ୍ୟ ରାହାଣେ ତାଙ୍କ ଟେଷ୍ଟ କ୍ୟାରିୟରରେ ୬୬ଟି ମ୍ୟାଚ ଖେଳିଛନ୍ତି। ସେ ହାରାହାରି ୪୨.୪୫ ରେ ୧୧୧ ଇନିଂସରେ ୪୨୪୫ ରନ କରିଛନ୍ତି। ରାହାନେ ତାଙ୍କ ଟେଷ୍ଟ କ୍ୟାରିୟରରେ ୧୧ ଶତକ ଏବଂ ୨୨ ଅର୍ଦ୍ଧଶତକ ହାସଲ କରିଛନ୍ତି ।ଏହି ସମୟ ମଧ୍ୟରେ ତାଙ୍କର ସର୍ବାଧିକ ସ୍କୋର ୧୮୮ ରନ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?