Posted inଖେଳ

ଦ୍ୱିତୀୟ ଟେଷ୍ଟରେ ଶତକ କରି ରେକର୍ଡ କଲେ ରାହାଣେ

ମେଲବୋର୍ନ,୨୭।୧୨: ବ୍ୟକ୍ତିଗତ କାରଣରୁ ଅଷ୍ଟ୍ରେଲିଆ ଗସ୍ତ ଛାଡ଼ି ସ୍ବଦେଶ ଫେରିଛନ୍ତି ଭାରତୀୟ ଟିମ୍‌ର ନିୟମିତ ଅଧିନାୟକ ବିରାଟ କୋହଲି। ଏଣୁ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ନେତୃତ୍ୱ ନେଇଛନ୍ତି ଅଜିଙ୍କ୍ୟ ରାହାଣେ। ଅଧିନାୟକ ଭାବେ ରାହାଣେ ଦମ୍‌ଦାର ବ୍ୟାଟିଂ କରି ନିଜ କ୍ୟାରିୟରର ୧୨ତମ ଶତକ କରିଛନ୍ତି। ରବିବାର ମ୍ୟାଚ୍‌ର ଦ୍ୱିତୀୟ ଦିନରେ ରାହାଣେ ଏହି କାରନାମା କରିଦେଖାଇଛନ୍ତି। ମେଲବୋର୍ନରେ ତାଙ୍କର ଏହା ୨ୟ ଶତକ। ଏହି ଶତକୀୟ ପାଳି ସହ ରାହାଣେ ଏକ ସ୍ବତନ୍ତ୍ର ଉପଲବ୍ଧି ହାସଲ କରିଛନ୍ତି।

ଉକ୍ତ କ୍ରିକେଟ ପଡ଼ିଆରେ ଦୁଇଟି ଶତକ ଲଗାଇଥିବା ଦ୍ୱିତୀୟ ଭାରତୀୟ ଖେଳାଳି ସେ ପାଲଟିଛନ୍ତି। ତାଙ୍କ ପୂର୍ବରୁ ବିନୁ ମାଙ୍କଡ ଏହା କରିଥିଲେ। ୧୯୪୮ ଜାନୁୟାରୀରେ ୧୧୬ ଏବଂ ଫେବୃୟାରୀରେ ୧୧୧ ରନ୍‌ କରିଥିଲେ। ତାଙ୍କ ପରେ ରାହାଣେ ଏକମାତ୍ର ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି।

ଏତଦବ୍ୟତିତ ୨୧ ବର୍ଷ ପରେ ଟେଷ୍ଟ କ୍ରିକେଟରେ ଶତକ କରିଥିବା ଭାରତର ୧୨ତମ ଅଧିନାୟକ ପାଲଟିଛନ୍ତି ସେ। ୧୯୯୯ରେ ସଚିନ ତେନ୍ଦୁଲକର ୧୧୬ରନ୍‌ କରି ରେକର୍ଡ କରିଥିଲେ। ତେବେ ଅଷ୍ଟ୍ରେଲିଆ ବିପକ୍ଷରେ ରାହାଣେଙ୍କର ଏହା ଦ୍ୱିତୀୟ ଶତକ ମଧ୍ୟ। ୨୦୧୪ରେ ସେ ପ୍ରଥମ ଶତକ ମାରିଥିଲେ।

ପ୍ରକାଶ ଯେ, ରାହାଣେଙ୍କ ଦମ୍‌ଦାର ପାଳି ଯୋଗୁ ଭାରତ ଏବେ ମଜଭୂତ ସ୍ଥିତିରେ ପହଞ୍ଚିଛି। ଦ୍ୱିତୀୟ ଦିନରେ ଭାରତୀୟ ଟିମ୍‌ ୨୭୭/୫ ସ୍କୋରରେ ପହଞ୍ଚିଛି। ଜାଡେଜାଙ୍କ ସହ ରାହାଣେ କ୍ରିଜ୍‌ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

ଗ୍ରାହକଙ୍କ ପାଇଁ ଜରୁରୀ ସୂଚନା: ସୋମବାର ଖୋଲିବନି ବ୍ୟାଙ୍କ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୫।୧୦: କାଲି ଅର୍ଥାତ ସୋମବାର, ୨୬ ଅକ୍ଟୋବରରୁ ଏକ ନୂଆ ସପ୍ତାହ ଆରମ୍ଭ ହେବାକୁ ଯାଉଛି। ଏପରି ପରିସ୍ଥିତିରେ ଯଦି ଆପଣ ଭାବୁଛନ୍ତି ଯେ କାଲି ବ୍ୟାଙ୍କ…

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଟିମ ଇଣ୍ଡିଆ: ବିଶ୍ୱରେ ସୃଷ୍ଟି କଲା ନୂଆ ରେକର୍ଡ, ଅଷ୍ଟ୍ରେଲିଆ-ଇଂଲଣ୍ଡ ପଡିଲେ ପଛରେ…

ନୂଆଦିଲ୍ଲୀ, ୨୫।୧୦: ଶନିବାର ନ୍ୟୁଜିଲାଣ୍ଡକୁ ଦ୍ୱିତୀୟ ଟି-୨୦ ମ୍ୟାଚରେ ୪ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ବ୍ୟାଟିଂରେ ତିଳକ ବର୍ମା, ନମନ ଧୀର ଓ ନୀତୀଶ କୁମାର…

କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଚେତାବନୀ, କହିଲେ ଆଗକୁ ବିପଦ!

ନୂଆଦିଲ୍ଲୀ, ୨୫।୧୦: ଭାରତର ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,…

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?