Posted inଖେଳ

କୋଚ୍‌ଙ୍କୁ ପ୍ରଭାବିତ କଲେ ରାହାନେ..ଏବେ ଦକ୍ଷିଣ ଆଫ୍ରିକା ଗସ୍ତରେ ସ୍ଥାନ ପକ୍କା!

ଡୋମିନିକା,୧୮।୭: ଭାରତୀୟ ଟିମ୍‌ର ଷ୍ଟାର ପ୍ଲେୟାର ଅଜିଙ୍କ୍ୟ ରାହାନେ ନିଜର ବ୍ୟାଟିଂରେ କୋଚ୍‌ ବିକ୍ରମ ରାଠୋର(ବ୍ୟାଟିଂ)ଙ୍କୁ ପ୍ରଭାବିତ କରିଛନ୍ତି। ଏହି କାରଣରୁ ବିକ୍ରମ ତାଙ୍କୁ ଦକ୍ଷିଣ ଆଫ୍ରିକା ଗସ୍ତରେ ସାମିଲ କରିବାକୁ ପରାମର୍ଶ ଦେଇଛନ୍ତି। ନିଜ ପ୍ରତ୍ୟାବର୍ତ୍ତନରେ ବେଶ୍‌ ଆଶ୍ୱସ୍ତ ହୋଇ ଖେଳି ରାହାନେ ପ୍ରଭାବିତ କରିଛନ୍ତି। ସେ ଚଳିତ ବର୍ଷ ହେବାକୁ ଥିବା ଦକ୍ଷିଣ ଆଫ୍ରିକା ଗସ୍ତରେ ନିଜ ଫର୍ମରେ ରହିବେ ବୋଲି ଆଶା କରାଯାଉଛି।

ଗତ ମାସରେ ଲଣ୍ଡନରେ ଅଷ୍ଟ୍ରେଲିଆ ବିପକ୍ଷରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ ପରାଜିତ ହୋଇଥିଲା। ହେଲେ ରାହାନେ ୧୮ ମାସରେ ପ୍ରଥମ ଟେଷ୍ଟ ଖେଳି ୮୯ ଏବଂ ୪୬ ରନ୍‌ କରିଥିଲେ। ଏହାପରେ ଏବେ ତାଙ୍କୁ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଉପଅଧିନାୟକ ଭାବେ ନିଯୁକ୍ତ କରାଯାଇଛି।

ତାଙ୍କ ଫର୍ମକୁ ନେଇ ବ୍ୟାଟିଂ କୋଚ୍‌ ରାଠୋର କହିଛନ୍ତି, ପ୍ରତ୍ୟାବର୍ତ୍ତନ ପରଠାରୁ ସେ ବିଳମ୍ବରେ ଏବଂ ଶରୀର ପାଖରେ ଶଟ୍‌ ଖେଳୁଛନ୍ତି। ନେଟ୍‌ରେ ମଧ୍ୟ ସେଭଳି ବ୍ୟାଟିଂ କରୁଛନ୍ତି। ଏଥିଲାଗି ସେ ଭଲ ପ୍ରଦର୍ଶନ କରିବେ ବୋଲି ଆଶା କରାଯାଉଛି। ଦକ୍ଷିଣ ଆଫ୍ରିକାରେ ତାଙ୍କ ଭଳି ଖେଳାଳିଙ୍କ ଭଲ ପ୍ରଦର୍ଶନର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri