Posted inଖେଳ

ଏଣିକି ଅଧିନାୟକ ନୁହେଁ ଉପ-ଅଧିନାୟକ; ବିରାଟ ଫେରିଲେ ଏଭଳି ଲାଗିବ ବୋଲି କହିଲେ ରାହାଣେ

ନୂଆଦିଲ୍ଲୀ,୨୧।୧: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା ଭାରତୀୟ ଟିମ୍‌। ପ୍ରଥମ ଟେଷ୍ଟରେ ୩୬ ରନ୍‌ରେ ଅଲଆଉଟ୍‌ ହେବାର ଲଜ୍ଜାଜନକ ଘଟଣା ପରେ ଅଧିନାୟକ ବିରାଟ କୋହଲି ଛୁଟିରେ ଯାଇଥିଲେ। ଏହାପରେ ଉପଅଧିନାୟକ ଅଜିଙ୍କ୍ୟ ରାହାଣେ କାମଚଳା ଅଧିନାୟକ ଦାୟିତ୍ୱ ତୁଲାଇ ଦଳକୁ ସିରିଜ ବିଜୟ ହାତେଇବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ। ଏବେ ଉଭୟଙ୍କୁ ନେଇ ବିଭିନ୍ନ ଆଲୋଚନା କରାଯାଉଛି। କିଛି ବିରାଟଙ୍କଠାରୁ ଟେଷ୍ଟ କ୍ରିକେଟରେ ଅଧିନାୟକ ପଦକୁ ଛଡ଼ାଇ ରାହାଣେଙ୍କୁ ଦିଆଯାଉ ବୋଲି କହୁଥିବା ବେଳେ କିଛି ବିରାଟଙ୍କ ପଦ ବିପଦରେ ବୋଲି କହୁଛନ୍ତି। ତେବେ ଏନେଇ ପଚରାଯିବାରେ କିଛି ଏଭଳି ପ୍ରତିକ୍ରିୟା ଦେଇଛନ୍ତି ରାହାଣେ।

ଯେତେବେଳେ ବିରାଟ ଫେରିବେ ଉପଅଧିନାୟକ ଭାବେ କାର୍ଯ୍ୟ କରିବା ସମୟରେ କେଉଁଭଳି ଲାଗିବ ବୋଲି ରାହାଣେଙ୍କୁ ପଚରାଯାଇଥିଲା। ଏହାର ଜବାବରେ, ମୁଁ ସେ ବିଷୟରେ ଚିନ୍ତା କରିବାକୁ ଚାହେଁନା। ବ୍ରିସ୍‌ବେନ୍‌ ବିଜୟ ସହ ସିରିଜ୍‌ ହାତେଇବାକୁ ନେଇ ମିଳିଥିବା ଖୁସିକୁ ଉପଭୋଗ କରିବାକୁ ଚାହେଁ। ଭାରତ ଫେରିବା ପରେ ଇଂଲଣ୍ଡ ବିପକ୍ଷ ସିରିଜ ବିଷୟରେ ଭାବିବା ବୋଲି ସେ କହିଛନ୍ତି।

ରାହାଣେଙ୍କ ଅଧିନାୟକତ୍ୱ ବିଷୟରେ କଥାହେଲେ ସେ ଏବେପର୍ଯ୍ୟନ୍ତ ୫ଟି ଟେଷ୍ଟ ମ୍ୟାଚ୍‌ରେ ନେତୃତ୍ୱ ନେଇଛନ୍ତି। ସେଥିରୁ ୪ଟି ମ୍ୟାଚ୍‌ରେ ଭାରତ ବିଜେତା ହୋଇଥିବା ବେଳେ ଗୋଟିଏ ଡ୍ର ରହିଛି। ସେହିଭଳି ବିରାଟ ୫୬ ଟେଷ୍ଟ ମ୍ୟାଚ୍‌ରେ ଅଧିନାୟକତ୍ୱ କରିଥିବା ବେଳେ ସେଥିରୁ ୩୩ରେ ଜିତିଛି ଭାରତ। ୧୦ ମ୍ୟାଚ୍‌ ଡ୍ର ରହିଛି। ୧୩ ମ୍ୟାଚ୍‌ରେ ଭାରତ ହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri