Posted inଖେଳ

ଟିମ୍‌ ଇଣ୍ଡିଆକୁ ଫେରିବା ପଥରେ ରାହାନେ

ମୁମ୍ବାଇ,୧୮।୨: ଟେଷ୍ଟ କ୍ୟାରିୟରର ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଭାରତୀୟ ବ୍ୟାଟର ଅଜିଙ୍କ୍ୟ ରାହାନେ ଚଳିତ ଘରୋଇ ସିଜନର ପ୍ରଥମ ମ୍ୟାଚ୍‌ରେ ଶତକ ହାସଲ କରିଛନ୍ତି। ଅହମ୍ମଦାବାଦରେ ସୌରାଷ୍ଟ୍ର ବିପକ୍ଷ ମ୍ୟାଚ୍‌ରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ମ୍ୟାଚ୍‌ରେ ରାହାନେଙ୍କ ଅପରାଜିତ ଶତକ ବଳରେ ପ୍ରଥମ ଦିନ ଶେଷ ସୁଦ୍ଧା ମୁମ୍ବାଇ ୩ ଉଇକେଟ ୨୬୩ ରନ୍‌ କରିଛି। ଏଲାଇଟ୍‌ ଗ୍ରୁପ୍‌ ଡି’ର ଏହି ମ୍ୟାଚ୍‌ରେ ରାହାନେଙ୍କ ଭଳି ଅପରାଜିତ ୧୨୧ ରନ୍‌ର ଶତକୀୟ ପାଳି ଖେଳିଛନ୍ତି ସର୍ଫାରାଜ ଖାନ। ହେଲେ ୩୩ ବର୍ଷୀୟ ରାହାନେଙ୍କ ପ୍ରଦର୍ଶନ ଉପରେ ସଭିଙ୍କ ନଜର ଥିଲା।

ସେ ୨୧୨ତମ ବଲରେ ଶତକ ହାସଲ କରିଥିଲେ। ତାଙ୍କ ପାଳିରେ ସାମିଲ ଥିଲା ୧୪ ଚୌକା ଓ ୨ ଛକା। ଦକ୍ଷିଣ ଆଫ୍ରିକା ଗସ୍ତରେ ସମ୍ପୂର୍ଣ୍ଣ ବିଫଳ ହୋଇଥିବା ରାହାନେ ଆରମ୍ଭରୁ ଡିଫେନ୍ସିଭ ଟେକନିକ୍‌ ଆପଣେଇଥିଲେ। ବରିଷ୍ଠ ବ୍ୟାଟର ୬ଟି ଇନିଂସରେ ମାତ୍ର ୧୩୬ ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ଏଥିଯୋଗୁ ମାର୍ଚ୍ଚ ପ୍ରଥମ ସପ୍ତାହରେ ଶ୍ରୀଲଙ୍କା ବିପକ୍ଷରେ ହେବାକୁ ଥିବା ଘରୋଇ ଟେଷ୍ଟ ସିରିଜ୍‌ରେ ତାଙ୍କୁ ସୁଯୋଗ ନ ମିଳିବାର ସମ୍ଭାବନା ସୃଷ୍ଟି ହୋଇଛି। ଏଣୁ ଚଳିତ ରଣଜୀ ଟ୍ରଫିରେ ରାହାନେଙ୍କ ପାଇଁ ପ୍ରଦର୍ଶନ କରିବା ନିହାତି ଆବଶ୍ୟକ ହୋଇ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri