Posted inଖେଳ

୩ ଇନିଂସ ଆଧାରରେ କୋହଲିଙ୍କୁ ବାଦ୍‌ ଦିଆଯାଇପାରିବ ନାହିଁ; ଅଧିନାୟକଙ୍କ ସମର୍ଥନରେ ବାହାରି କିଛି ଏପରି କହିଲେ…

ଲଣ୍ଡନ,୨୫।୮: ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ୧-୦ରେ ଅଗ୍ରଣୀ ରହିଛି। ପ୍ରଥମ ଟେଷ୍ଟ ଡ୍ର ହୋଇଥିବା ବେଳେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍‌କୁ ଭାରତ ୧୫୧ ରନ୍‌ରେ ଜିତିଥିଲା। ଏହି ସିରିଜରେ ବିରାଟ କୋହଲିଙ୍କ ଅଧିନାୟକତ୍ୱକୁ ପ୍ରଶଂସା କରାଯାଉଥିଲେ ହେଁ ତାଙ୍କ ବ୍ୟାଟିଂକୁ ସମାଲୋଚନା କରାଯାଉଛି। କାରଣ କୋହଲି ଦୀର୍ଘ ଦିନରୁ ଶତକ ମାରିନାହାନ୍ତି। ନଭେମ୍ବର ୨୦୧୯ରେ ସେ ଶେଷଥର ପାଇଁ ଶତକ ହାସଲ କରିଥିଲେ। ତେବେ କୋହଲିଙ୍କ ଖରାପ ଫର୍ମକୁ ନେଇ ତାଙ୍କୁ ସମାଲୋଚନା କରାଯାଉଥିବା ସତ୍ତ୍ୱେ ପୂର୍ବତନ ଭାରତୀୟ ଭେଟେରାନ କ୍ରିକେଟର ହଜିତ ଅଗରକର ତାଙ୍କୁ ଖୋଲାଖୋଲି ସମର୍ଥନ କରିଛନ୍ତି। ତୃତୀଟେଷ୍ଟ ପୂର୍ବରୁ କୋହଲି ଏକ ବଡ଼ ଇନିଂସ ଖେଳିବାକୁ ଚେଷ୍ଟା କରିବେ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

ଇଂଲଣ୍ଡ ବିପକ୍ଷ ନଟିଂହାମ ଟେଷ୍ଟର ପ୍ରଥମ ଇନିଂସରେ କୋହଲି ଶୂନ ରନ୍‌ କରି ଆଉଟ୍‌ ହୋଇଥିଲେ। ସେହିଭଳି ଦ୍ୱିତୀୟ ଇନିଂସରେ ବର୍ଷା ଯୋଗୁ ବ୍ୟାଟିଂ କରିପାରି ନ ଥିଲେ। ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ସେ ୪୨ରନ୍‌ ଏବଂ ଦ୍ୱିତୀୟ ଇନିଂସରେ ୨୦ ରନ୍‌ କରିଥିଲେ। ସୋନି ଟିଭି ପକ୍ଷରୁ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଅଗରକର ଅଧିନାୟକଙ୍କୁ ପ୍ରଶଂସା କରିବା ସହ କହିଛନ୍ତି, ୩ ଇନିଂସ ପାଇଁ ତାଙ୍କୁ ବାଦ ଦିଆଯାଇପାରିବ ନାହିଁ। କିଛି ସମୟ ଅପେକ୍ଷା କର ଏବଂ ଦେଖ। ତିନୋଟି ଇନିଂସ ଆଧାରରେ କୋହଲିଙ୍କ ଭଳି ଜଣେ ମହାନ ଖେଳାଳିଙ୍କୁ ବରଖାସ୍ତ କରିପାରିବେ ନାହିଁ ବୋଲି ସେ କହିଛନ୍ତି।

ଏହାଛଡ଼ା କୋହଲି ଇଂଲଣ୍ଡ ବିପକ୍ଷ ୨୦୧୮ ସିରିଜରେ ରନ୍‌ ସ୍କୋର କରିଥିଲେ। ସେତେବେଳେ ଆୟୋଜକ ଦଳର ସମସ୍ତ ବୋଲର ଉପସ୍ଥିତ ଥିଲେ। ଏଣୁ ଆଗାମୀ ଟେଷ୍ଟରେ କୋହଲି ରନ୍‌ ସ୍କୋର କରିବାକୁ ପସନ୍ଦ କରିବେ। ତାଙ୍କର ପ୍ରଶଂସକମାନେ ସେ ବଡ଼ ଇନିଂସ ଖେଳନ୍ତୁ ବୋଲି ଚାହିଁବେ। ସେ ଅନ୍ତର୍ଜାତୀୟ କ୍ରିକେଟରେ ବହୁତ ରନ୍‌ କରିଛନ୍ତି। ଯେତେବେଳେ କେହି ଭଲ ବ୍ୟାଟିଂ କରି ନ ଥାନ୍ତି ସେ ସିରିଜରେ ତାହା ଅପେକ୍ଷା କରିଥାନ୍ତି ବୋଲି ଅଗରକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri