Posted inଖେଳ

ଖୁବ୍‌ଶୀଘ୍ର ଭାରତ ପାଇଁ ଖେଳିବେ ଏହି ଯୁବ ଖେଳାଳି: ଅଗରକର

ନୂଆଦିଲ୍ଲୀ,୧୭।୧୧: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୩ତମ ସିଜନ୍‌ରେ ଟାଇଟଲ ହାସଲ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ଚଳିତ ବର୍ଷ ଆଇପିଏଲ୍‌ରେ ଅନେକ ଯୁବ ଖେଳାଳି ନିଜର ପ୍ରତିଭା ଦେଖାଇଥିଲେ। ଦେବଦତ୍ତ ପାଟିଲ, ଇଶାନ କିଶନ, ରାହୁଲ ତେବତିୟା, ଶୁଭମନ ଗିଲ ଆଦି ଖେଳାଳି ଚମତ୍କାର ପ୍ରଦର୍ଶନ ପାଇଁ ପ୍ରଶଂସା ଅର୍ଜନ କରିଥିଲେ। ହେଲେ ଜଣେ ଏଭଳି ଖେଳାଳି ଅଛନ୍ତି ଯିଏ ସବୁଠାରୁ ଅଧିକ ବାହା ବାଃ ପାଇଛନ୍ତି। ସେ ହେଲେ ରାଜସ୍ଥାନ ରୟାଲ୍ସର ଯୁବ ଦ୍ରୁତ ବୋଲର କାର୍ତ୍ତିକ ତ୍ୟାଗି। ସେ ନିଜର ଦ୍ରୁତ ଗତି ଏବଂ ଉନ୍ନତ ବୋଲିଂକୁ ନେଇ ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି। ୨୦ ବର୍ଷୀୟ ଏହି ବୋଲର ୧୦ଟି ମ୍ୟାଚ୍‌ରେ ୯ ଓ୍ବିକେଟ୍‌ ନେଇଥିଲେ। ଏବେ ପୂର୍ବ ବୋଲର ଅଜିତ୍‌ ଅଗରକର ପ୍ରଶଂସା କରି ସେ ଖୁବ୍‌ଶୀଘ୍ର ଭାରତୀୟ ଟିମ୍‌ ପାଇଁ ଖେଳିବେ ବୋଲି କହିଛନ୍ତି।

ଅଗରକର ଏକ ଶୋ’ରେ ଭାଗ ନେଇ କହିଛନ୍ତି, ମୋ ମତରେ ଆଇପିଏଲ୍‌ରେ ଜଣେ ଯୁବ ଖେଳାଳିଙ୍କୁ ଦେଖି ମଜା ଲାଗୁଥିଲା। ସେ ହେଲେ ରାଜସ୍ଥାନ ରୟାଲ୍ସର କାର୍ତ୍ତିକ ତ୍ୟାଗି। ତାଙ୍କ ଭିତରେ ବହୁତ ପ୍ରତିଭା ରହିଛି, ହେଲେ ସେ ଅନବିଜ୍ଞ। ତାଙ୍କର ମନୋଭାବ ଭଲ ଥିଲେ। ହଠାତ୍‌ ଆସି ଆଇପିଏଲ୍‌ରେ ଭଲ ପ୍ରଦର୍ଶନ କରିବା ସହଜ ନୁହେଁ, ହେଲେ ଅନୁଭବରୁ ଅନେକେ ଶିଖନ୍ତି। ଆଗକୁ ଯିବା ପରେ ଭଲ ଶିଖିବେ ବୋଲି ଆଶା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri