Posted inଖେଳ

ଖୁବ୍‌ଶୀଘ୍ର ଭାରତ ପାଇଁ ଖେଳିବେ ଏହି ଯୁବ ଖେଳାଳି: ଅଗରକର

ନୂଆଦିଲ୍ଲୀ,୧୭।୧୧: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୩ତମ ସିଜନ୍‌ରେ ଟାଇଟଲ ହାସଲ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ଚଳିତ ବର୍ଷ ଆଇପିଏଲ୍‌ରେ ଅନେକ ଯୁବ ଖେଳାଳି ନିଜର ପ୍ରତିଭା ଦେଖାଇଥିଲେ। ଦେବଦତ୍ତ ପାଟିଲ, ଇଶାନ କିଶନ, ରାହୁଲ ତେବତିୟା, ଶୁଭମନ ଗିଲ ଆଦି ଖେଳାଳି ଚମତ୍କାର ପ୍ରଦର୍ଶନ ପାଇଁ ପ୍ରଶଂସା ଅର୍ଜନ କରିଥିଲେ। ହେଲେ ଜଣେ ଏଭଳି ଖେଳାଳି ଅଛନ୍ତି ଯିଏ ସବୁଠାରୁ ଅଧିକ ବାହା ବାଃ ପାଇଛନ୍ତି। ସେ ହେଲେ ରାଜସ୍ଥାନ ରୟାଲ୍ସର ଯୁବ ଦ୍ରୁତ ବୋଲର କାର୍ତ୍ତିକ ତ୍ୟାଗି। ସେ ନିଜର ଦ୍ରୁତ ଗତି ଏବଂ ଉନ୍ନତ ବୋଲିଂକୁ ନେଇ ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି। ୨୦ ବର୍ଷୀୟ ଏହି ବୋଲର ୧୦ଟି ମ୍ୟାଚ୍‌ରେ ୯ ଓ୍ବିକେଟ୍‌ ନେଇଥିଲେ। ଏବେ ପୂର୍ବ ବୋଲର ଅଜିତ୍‌ ଅଗରକର ପ୍ରଶଂସା କରି ସେ ଖୁବ୍‌ଶୀଘ୍ର ଭାରତୀୟ ଟିମ୍‌ ପାଇଁ ଖେଳିବେ ବୋଲି କହିଛନ୍ତି।

ଅଗରକର ଏକ ଶୋ’ରେ ଭାଗ ନେଇ କହିଛନ୍ତି, ମୋ ମତରେ ଆଇପିଏଲ୍‌ରେ ଜଣେ ଯୁବ ଖେଳାଳିଙ୍କୁ ଦେଖି ମଜା ଲାଗୁଥିଲା। ସେ ହେଲେ ରାଜସ୍ଥାନ ରୟାଲ୍ସର କାର୍ତ୍ତିକ ତ୍ୟାଗି। ତାଙ୍କ ଭିତରେ ବହୁତ ପ୍ରତିଭା ରହିଛି, ହେଲେ ସେ ଅନବିଜ୍ଞ। ତାଙ୍କର ମନୋଭାବ ଭଲ ଥିଲେ। ହଠାତ୍‌ ଆସି ଆଇପିଏଲ୍‌ରେ ଭଲ ପ୍ରଦର୍ଶନ କରିବା ସହଜ ନୁହେଁ, ହେଲେ ଅନୁଭବରୁ ଅନେକେ ଶିଖନ୍ତି। ଆଗକୁ ଯିବା ପରେ ଭଲ ଶିଖିବେ ବୋଲି ଆଶା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?