Posted inଖେଳ

ଦିନିକିଆରେ କାହିଁକି ଫ୍ଲପ ହେଉଛନ୍ତି ଟି୨୦ ସୁପରଷ୍ଟାର ସୂର୍ଯ୍ୟକୁମାର? ଅଗରକର କହିଲେ…

ବିଶାଖାପାଟଣା,୧୯।୩: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ଶ୍ରେୟସ ଆୟର ଆହତ ହେବା ଯୋଗୁ ଟି୨୦ ଫର୍ମାଟ ସୁପରଷ୍ଟାର ସୂର୍ଯ୍ୟକୁମାର ଯାଦବଙ୍କୁ ସୁଯୋଗ ମିଳିଥିଲା। ହେଲେ ଉଭୟ ମୁମ୍ବାଇ ଏବଂ ବିଶାଖାପାଟଣାରେ ମିଳିଥିବା ସୁଯୋଗର ଫାଇଦା ଉଠାଇବାରେ ବିଫଳ ହୋଇଛନ୍ତି ସେ। ଲଗାତାର ଦ୍ୱିତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ବାମହାତୀ ବୋଲର ମିଚେଲ ଷ୍ଟାର୍କ ତାଙ୍କୁ ଏଲ୍‌ବିଡବ୍ଲ୍ୟୁ କରି ପ୍ୟାଭିଲିୟନକୁ ପଠାଇଥିଲେ। ଫଳରେ ଯାଦବ ଖାତା ନ ଖୋଲି ଫେରିବାକୁ ବାଧ୍ୟ ହୋଇଥିଲେ। ତେବେ ସେ ଅଜିତ ଅଗରକରଙ୍କ ପରେ ଲଗାତାର ଦୁଇଟି ଦିନିକିଆରେ ଗୋଲ୍ଡେନ୍‌ ଡକ୍‌ ସ୍କୋର କରିଥିବା ଭାରତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି।

ଏଭଳି ସ୍ଥିତିରେ ବିଶାଖାପାଟଣା ଦିନିକିଆ ପୂର୍ବରୁ ଅଗରକର ଦିନିକିଆ ଫର୍ମାଟରେ ସୂର୍ଯ୍ୟକୁମାର ଯାଦବଙ୍କ ବିଫଳତା ପଛର କାରଣ ପ୍ରକାଶ କରିଥିଲେ। ତାଙ୍କ ମାନସିକତା ହେତୁ ଏଭଳି ଘଟୁଛି। ସେ କିଭଳି ଦିନିକିଆରେ ବ୍ୟାଟିଂ କରିବେ ତାହା ସ୍ଥିର କରିବାରେ ଅସମଥର୍ର୍। ଏହି କାରଣରୁ ସେ ଦିନିକିଆରେ ଏଯାବତ ନିଜର ଛାପ ଛାଡ଼ିବାରେ ବିଫଳ ହେଉଛନ୍ତି ବୋଲି ଅଗରକର କହିଛନ୍ତି।

ଜୁଲାଇ ୨୦୨୧ରେ ଶ୍ରୀଲଙ୍କା ବିପକ୍ଷରେ ସୂର୍ଯ୍ୟକୁମାର ନିଜର ଦିନିକିଆ ଡେବ୍ୟୁ କରିଥିଲେ। ଏଯାବତ ସେ ୨୨ ଦିନିକିଆର ୨୦ ଇନିଂସରେ ୪୩୩ ରନ୍‌ କରିଛନ୍ତି। ସେଥିରେ ୨ ଅର୍ଦ୍ଧଶତକ ରହିଛି। ଅହମ୍ମଦାବାଦରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଅର୍ଦ୍ଧଶତକ କରିବା ପରେ ସୂର୍ଯ୍ୟକୁମାର ୧୬ ଦିନିକିଆ ଖେଳିଛନ୍ତି। ଗତ ୧୦ ଦିନିକିଆ ଦେଖିଲେ ସେ ମାତ୍ର ୧୧୦ ରନ୍‌ ସ୍କୋର କରିବାରେ ସଫଳ ହୋଇଛନ୍ତି। ଏଥିରେ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ୩୪* ରହିଛି। ଏମିତିରେ ତାଙ୍କର ଦିନିକିଆରେ ଖେଳିବା ଅସ୍ପଷ୍ଟ ହୋଇଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri