Posted inଜାତୀୟ

ଅଜିତ ପାଓ୍ବାର ସହଜରେ ସବୁକିଛି ଭୁଲିଯାଆନ୍ତି: ଫଡ୍‌ନଭୀସ

ମୁମ୍ବାଇ,୭।୮: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନଭୀସ ରବିବାର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ କ୍ୟାବିନେଟର ସମ୍ପ୍ରସାରଣ ଘୋଷଣାକୁ ଦୋହରାଇଛନ୍ତି। ତେବେ ସେ ଏଥିପାଇଁ କୌଣସି ତାରିଖ ଦେଇନାହାଁନ୍ତି। ରବିବାର ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଫଡ୍‌ନଭୀସ କ୍ୟାବିନେଟ ବିସ୍ତାରରେ ବିଳମ୍ବ ହେବା ନେଇ ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାର କରିଥିବା ଅଭିଯୋଗକୁ କଡ଼ା ଜବାବ ଦେଇଛନ୍ତି। ସେ କହିଛନ୍ତି, ଅଜିତ ପାଓ୍ବାର ବିରୋଧୀ ଦଳର ନେତା। ତାଙ୍କୁ ଏସବୁ କହିବାକୁ ପଡିବ। ଅଜିତ ଦାଦା ସବୁକିଛି ସହଜରେ ଭୁଲିଯାଆନ୍ତି। ଯେତେବେଳେ ସେ ସରକାରରେ ଥିଲେ, ପ୍ରଥମ ୩୨ ଦିନ ପାଇଁ କେବଳ ପାଞ୍ଚଜଣ ମନ୍ତ୍ରୀ ଥିଲେ। ଉଦ୍ଧବ ସରକାରଙ୍କ ପ୍ରଥମ ଏକ ମାସରେ ଅଜିତ ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରାଯାଇଥିଲା।
ସୂଚନାଯୋଗ୍ୟ, ଅଜିତ ପାୱାର ନିକଟରେ କହିଥିଲେ ଯେ ମହାରାଷ୍ଟ୍ରରେ କ୍ୟାବିନେଟ ସମ୍ପ୍ରସାରଣରେ ବିଳମ୍ବ ହେଉଛି, କାରଣ ଶିନ୍ଦେ-ଫଡନଭୀସ ଯୋଡି ଦିଲ୍ଲୀରୁ ସବୁଜ ସଙ୍କେତ ପାଇନାହାଁନ୍ତି। ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଏବଂ ଆଇନ ଶୃଙ୍ଖଳା ରକ୍ଷା ପାଇଁ ମନ୍ତ୍ରୀ ନିଯୁକ୍ତ କରିବାକୁ ଆମେ କ୍ରମାଗତ ଭାବରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରୁଛୁ। ପ୍ରବଳ ବର୍ଷା ଓ ରାଜ୍ୟରେ ଚାଷୀଙ୍କ ସମସ୍ୟା ମଧ୍ୟ ମୁଣ୍ଡ ଟେକିଛି। କିନ୍ତୁ ଯେପର୍ଯ୍ୟନ୍ତ ଦିଲ୍ଲୀରୁ ସବୁଜ ସଙ୍କେତ ମିଳୁନାହିଁ, ସେପର୍ଯ୍ୟନ୍ତ ସରକାରରେ କ୍ୟାବିନେଟ ବିସ୍ତାର ହେବ ନାହିଁ। ରାଷ୍ଟ୍ରପତି ଏବଂ ଉପରାଷ୍ଟ୍ରପତି ନିର୍ବାଚନ ଶେଷ ହେବା ପରେ ହିଁ କ୍ୟାବିନେଟର ସମ୍ପ୍ରସାରଣ ହେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri