Posted inଜାତୀୟ

ଅଜିତ ପାଓ୍ବାର ସହଜରେ ସବୁକିଛି ଭୁଲିଯାଆନ୍ତି: ଫଡ୍‌ନଭୀସ

ମୁମ୍ବାଇ,୭।୮: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନଭୀସ ରବିବାର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ କ୍ୟାବିନେଟର ସମ୍ପ୍ରସାରଣ ଘୋଷଣାକୁ ଦୋହରାଇଛନ୍ତି। ତେବେ ସେ ଏଥିପାଇଁ କୌଣସି ତାରିଖ ଦେଇନାହାଁନ୍ତି। ରବିବାର ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଫଡ୍‌ନଭୀସ କ୍ୟାବିନେଟ ବିସ୍ତାରରେ ବିଳମ୍ବ ହେବା ନେଇ ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାର କରିଥିବା ଅଭିଯୋଗକୁ କଡ଼ା ଜବାବ ଦେଇଛନ୍ତି। ସେ କହିଛନ୍ତି, ଅଜିତ ପାଓ୍ବାର ବିରୋଧୀ ଦଳର ନେତା। ତାଙ୍କୁ ଏସବୁ କହିବାକୁ ପଡିବ। ଅଜିତ ଦାଦା ସବୁକିଛି ସହଜରେ ଭୁଲିଯାଆନ୍ତି। ଯେତେବେଳେ ସେ ସରକାରରେ ଥିଲେ, ପ୍ରଥମ ୩୨ ଦିନ ପାଇଁ କେବଳ ପାଞ୍ଚଜଣ ମନ୍ତ୍ରୀ ଥିଲେ। ଉଦ୍ଧବ ସରକାରଙ୍କ ପ୍ରଥମ ଏକ ମାସରେ ଅଜିତ ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରାଯାଇଥିଲା।
ସୂଚନାଯୋଗ୍ୟ, ଅଜିତ ପାୱାର ନିକଟରେ କହିଥିଲେ ଯେ ମହାରାଷ୍ଟ୍ରରେ କ୍ୟାବିନେଟ ସମ୍ପ୍ରସାରଣରେ ବିଳମ୍ବ ହେଉଛି, କାରଣ ଶିନ୍ଦେ-ଫଡନଭୀସ ଯୋଡି ଦିଲ୍ଲୀରୁ ସବୁଜ ସଙ୍କେତ ପାଇନାହାଁନ୍ତି। ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଏବଂ ଆଇନ ଶୃଙ୍ଖଳା ରକ୍ଷା ପାଇଁ ମନ୍ତ୍ରୀ ନିଯୁକ୍ତ କରିବାକୁ ଆମେ କ୍ରମାଗତ ଭାବରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରୁଛୁ। ପ୍ରବଳ ବର୍ଷା ଓ ରାଜ୍ୟରେ ଚାଷୀଙ୍କ ସମସ୍ୟା ମଧ୍ୟ ମୁଣ୍ଡ ଟେକିଛି। କିନ୍ତୁ ଯେପର୍ଯ୍ୟନ୍ତ ଦିଲ୍ଲୀରୁ ସବୁଜ ସଙ୍କେତ ମିଳୁନାହିଁ, ସେପର୍ଯ୍ୟନ୍ତ ସରକାରରେ କ୍ୟାବିନେଟ ବିସ୍ତାର ହେବ ନାହିଁ। ରାଷ୍ଟ୍ରପତି ଏବଂ ଉପରାଷ୍ଟ୍ରପତି ନିର୍ବାଚନ ଶେଷ ହେବା ପରେ ହିଁ କ୍ୟାବିନେଟର ସମ୍ପ୍ରସାରଣ ହେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri