Posted inଜାତୀୟ

ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ଅମିତ ଶାହାଙ୍କୁ ଭେଟିଲେ ଡୋଭାଲ

ନୂଆଦିଲ୍ଲୀ,୨।୬: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଓ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଗୁରୁବାର ଭେଟିଛନ୍ତି। ଅମିତ ଶାହା ଓ ଡୋଭାଲଙ୍କ ମଧ୍ୟରେ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଡୋଭାଲଙ୍କ ବ୍ୟତୀତ ରୋ ମୁଖ୍ୟ ଉପସ୍ଥିତ ଥିଲେ। ଏହି ସମୟରେ ଜମ୍ମୁ-କଶ୍ମୀରର ଆଭ୍ୟନ୍ତରୀଣ ସୁରକ୍ଷା ଓ ଦିନକୁ ଦିନ ବୃଦ୍ଧି ପାଉଥିବା ଟାର୍ଗେଟ କିଲିଂ ବିଷୟରେ ଆଲୋଚନା କରାଯାଇଥିବା ଜଣାପଡ଼ିଛି। ଅନ୍ୟପଟେ ଶୁକ୍ରବାର ଅମିତ ଶାହା ଜମ୍ମୁ-କଶ୍ମୀରର ସୁରକ୍ଷା ସ୍ଥିତି ସମୀକ୍ଷା କରିବେ ବୋଲି ସୂଚନା ରହିଛି। ଘାଟିରେ ବଢ଼ୁଥିବା ଟାର୍ଗେଟ କିଲିଂ ଘଟଣା ବିଷୟରେ ଶୁକ୍ରବାର ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ତାଙ୍କୁ ସୂଚନା ଦେବେ। ଏଭଳି ପରିସ୍ଥିତିରେ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ସହ ଏନ୍‌ଏସ୍‌ଏ ଓ ରୋ ମୁଖ୍ୟଙ୍କ ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri