Posted inଜାତୀୟ

‘ଶରଦ ପାଓ୍ବାରଙ୍କ କୃପାରୁ ଅଜିତ ୪ଥର ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି’

ମୁମ୍ବାଇ,୨୮।୮: ମହାରାଷ୍ଟ୍ରରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି ମଧ୍ୟରେ ଚାଲିଥିବା କଳହକୁ ନେଇ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ମଧ୍ୟ ଏକ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଦଳର ମୁଖପତ୍ର ସାମ୍‌ନାରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ବାରମତିରେ ଅଜିତ ପାୱାରଙ୍କ ସମାବେଶ ପ୍ରସଙ୍ଗରେ ସାମ୍‌ନାର ସମ୍ପାଦକୀୟରେ କୁହାଯାଇଛି ଯେ, ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସେ କ୍ଷମତା ଚାହୁଁ ନାହାଁନ୍ତି। ସେ କ୍ଷମତା ପାଇଁ ନୁହେଁ ବରଂ ବିକାଶ ଏବଂ ଶାହୁ, ଫୁଲେ, ଆମ୍ବେଦକରଙ୍କ ଚିନ୍ତାଧାରା ପାଇଁ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସହ ଯାଇଛନ୍ତି କିନ୍ତୁ ଏକଥା ଖାଲି ବାହାସ୍ଫୁଟ। ସେ ଏତେ ବର୍ଷ ପର୍ଯ୍ୟନ୍ତ କ୍ଷମତାରେ ରହିଲେ, ସେ କେତେ ବିକାଶ ଯୋଜନା କରିଥିଲେ?
ଶରଦ ପାୱାରଙ୍କ ବିଷୟରେ ଉଲ୍ଲେଖ କରି ସାମ୍‌ନାର ସମ୍ପାଦକୀୟ କୁହାଯାଇଛିି ଯେ, ଅଜିତ ପାୱାର ଏପର୍ଯ୍ୟନ୍ତ ଅତି କମରେ ଚାରିଥର ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି ଏବଂ ସେ କେବଳ ଶରଦ ପାୱାରଙ୍କ କୃପା ଯୋଗୁ ଏହି ପଦବୀ ପାଇଛନ୍ତି।
ଜୁଲାଇ ୨ରେ ଅଜିତ ପାୱାର ଏବଂ ଛଗନ ଭୁଜବଳ, ହାସନ ମୁଶ୍ରିଫ ଏବଂ ଦିଲୀପ ୱାଲ୍ସ ପାଟିଲଙ୍କ ସମେତ ଆଠ ଜଣ ଏନସିପି ବିଧାୟକ ଏକନାଥ ଶିନ୍ଦେ ସରକାରରେ ଯୋଗ ଦେଇଥିଲେ, ଯାହା ପରେ ଦଳକୁ ବିଭାଜନର ସମ୍ମୁଖୀନ ହେବାକୁ ପଡିଥିଲା। ପରେ ଅଜିତ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଶରଦ ପାଓ୍ବାର ଏବଂ ଅଜିତ ପାଓ୍ବାରଙ୍କ ମଧ୍ୟରେ ଅନେକଥର ଗୁପ୍ତ ବୈଠକ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?