Posted inଜାତୀୟ

ଏଇସି ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କଲେ ଅଜିତ ମହାନ୍ତି

ନୂଆଦିଲ୍ଲୀ,୪ା୫: ବରିଷ୍ଠ ପଦାର୍ଥ ବିଜ୍ଞାନୀ ଅଜିତ କୁମାର ମହାନ୍ତି ବୁଧବାର ଆଟମିକ୍‌ ଏନର୍ଜି କମିଶନ (ଏଇସି) ଅଧ୍ୟକ୍ଷ ଏବଂ ଆଣବିକ ଶକ୍ତି ବିଭାଗ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଭାବା ଆଟମିକ୍‌ ରିସର୍ଚ୍ଚ ସେଣ୍ଟର (ବିଏଆର୍‌ସି) ନିର୍ଦ୍ଦେଶକ ଭାବେ ଅବସ୍ଥାପିତ ଥିବା ଅଜିତଙ୍କୁ କମଳେଶ ନୀଳକଣ୍ଠ ବ୍ୟାସଙ୍କ ସ୍ଥାନରେ ଅବସ୍ଥାପିତ କରାଯାଇଛି। ଏହି ଅବସରରେ ସେ କହିଛନ୍ତି, ଆଣବିକ ଶକ୍ତିର ସୁବିଧାକୁ କାର୍ବନମୁକ୍ତ ବିଦ୍ୟୁତ୍‌ରୁ ଊର୍ଦ୍ଧ୍ୱକୁ ନେଇ ଜାତୀୟ ନିରାପତ୍ତା ଓ ସ୍ବାସ୍ଥ୍ୟସେବା ପରିଚାଳନା, ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଉପଯୋଗ କରାଯିବ। ୨୦୨୫ ଅକ୍ଟୋବର ୧୦ରେ ୬୬ ବର୍ଷ ବୟସରେ ସେ ଅବସର ନେବେ ବୋଲି ଏକ ସରକାରୀ ବିଜ୍ଞପ୍ତିରେ କୁହାଯାଇଛି। ୧୯୫୯ରେ ଓଡ଼ିଶାରେ ଜନ୍ମିତ ଅଜିତ ୧୯୭୯ରେ ବାରିପଦା ଏମ୍‌ପିସି କଲେଜରୁ ପଦାର୍ଥ ବିଜ୍ଞାନରେ ଅନର୍ସ ରଖି ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ପରେ ସେ କଟକସ୍ଥିତ ରେଭେନ୍‌ଶା କଲେଜରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ୧୯୮୩ରେ ଅଜିତ ବିଏଆର୍‌ସିର ନ୍ୟୁକ୍ଲିୟର ଫିଜିକ୍ସ ଡିଭିଜନରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri