Posted inଜାତୀୟ

ଫଡନଭିସଙ୍କ ଶାସନ କାଳରେ ହୋଇଛି ୫୦୦ କୋଟିର ଘୋଟାଲା: ଅଜିତ ପାୱାର

ମୁମ୍ବାଇ,୯ ।୩: ମହାରାଷ୍ଟ୍ର ବିଧାନସଭାରେ ବିରୋଧି ଦଳ ନେତା ଅଜିତ ପାୱାର ଗୁରୁବାର ଏକ ବଡ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି, ଦେବେନ୍ଦ୍ର ଫଡନଭିସଙ୍କ ନେତୃତ୍ୱରେ ଥିବା ସରକାରଙ୍କ କାର୍ଯ୍ୟକାଳରେ ରାଜ୍ୟରେ ସୂଚନା ଏବଂ ପ୍ରସାରଣ ବିଭାଗରେ ୫୦୦ କୋଟି ଟଙ୍କାର ଘୋଟାଲା ହୋଇଥିଲା । ପାୱାର ଦାବି କରିଛନ୍ତି ଯେ ଫଡନଭିସ ସରକାରରେ ସରକାରୀ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କ ବିନା ମଞ୍ଜୁରୀରେ ୨୦୧୯ରେ ୫୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମିଡିଆ ବିଜ୍ଞାପନକୁ ପ୍ରକାଶିତ କରିବାକୁ ମଞ୍ଜୁରୀ ଦେଇଥିଲେ । ପାୱାର ଏବେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ଏହି ଅଧିକାରୀଙ୍କୁ ଦଣ୍ଡ ଦେବାକୁ ଦାବି କରିଛନ୍ତି ।
ଗୁରୁବାର ବିଧାନସଭାରେ ଉଦବୋଧନ ଦେଇ ବରିଷ୍ଠ ଏନସିପି ନେତା କହିଛନ୍ତି ଯେ, ଅଧିକାରୀମାନେ ଫାଇଲରେ ଉଲ୍ଲେଖ କରିଛନ୍ତି ଯେ ପ୍ରକୃତରେ ତାଙ୍କ ଅନୁରୋଧ ନ ନେଇ ବିଜ୍ଞାପନ ପ୍ରକାଶନ ପାଇଁ ୫୦୦ କୋଟି ଟଙ୍କା ଖର୍ଚ୍ଚ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା । ସୂଚନାଯୋଗ୍ୟ, ସୂଚନା ଓ ପ୍ରସାରଣ ବିଭାଗ ମୁଖ୍ୟମନ୍ତ୍ରୀଙ୍କ ଅଧିନରେ ଆସିଥାଏ । ଏହାସହ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ବେଦେନ୍ଦ୍ର ଫଡନଭିସଙ୍କ ନେତୃତ୍ୱରେ ତତ୍କାଳୀନ ଶିବସେନା ସହିତ ଭାଜପା ରାଜ୍ୟରେ ସରକାର ଚଳାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri