Posted inଜାତୀୟ

ଅଜିତ ପାଓ୍ବାର ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଉପରେ ଲାଗିଲା ବିରାମ: ପଡନବିସ କହିଲେ…

ପୁଣେ,୩।୮: ଅଜିତ ପାୱାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ ମହାରାଷ୍ଟ୍ରର ରାଜନୈତିକ ଗଳିରେ ଜୋରଦାର ଆଲୋଚନା ହେଉଛି। କିନ୍ତୁ ମୁଖ୍ୟମନ୍ତ୍ରୀ ପଦରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଗୁରୁବାର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ବିଧାନସଭାରେ ସ୍ପଷ୍ଟ କରିଛନ୍ତି। ୨୦୧୯ ପରେ ଅନେକ ପରିବର୍ତ୍ତନ ଆସିଛି କିନ୍ତୁ ବର୍ତ୍ତମାନ କୌଣସି ପରିବର୍ତ୍ତନ ଘଟିବ ନାହିଁ ଏହା କହି ସେ ଅଜିତ ପାୱାରଙ୍କ ମୁଖ୍ୟମନ୍ତ୍ରୀ ହେବା ନେଇ ହେଉଥିବା ଚର୍ଚ୍ଚା ଉପରେ ବିରାମ ଲଗାଇଛନ୍ତି।
ଗୃହରେ ବିରୋଧୀଦଳର ନେତା ବିଜୟ ୱାଡେଟିୱାରଙ୍କୁ ଅଭିନନ୍ଦନ ଜଣାଇବାବେଳେ ଦେବେନ୍ଦ୍ର ଫଡନବିସ କହିଛନ୍ତି, ୨୦୧୯ ଏକ ବିଶେଷ ବର୍ଷ ଥିଲା। ୨୦୧୯ରେ ଅନେକ ରେକର୍ଡ ହୋଇଥିଲା। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନାମରେ ଏକ ରେକର୍ଡ ରହିଛି। ୨୦୧୯ର ହିରୋ ହେଉଛନ୍ତି ଏକନାଥ ଶିନ୍ଦେ ଏବଂ ବର୍ତ୍ତମାନ ଦ୍ୱିତୀୟ ହିରୋ ହେଉଛନ୍ତି ଅଜିତ ପାୱାର। ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ହୋଇଥିଲେ, ଅଜିତ ପାୱାର ପ୍ରଥମେ ଉପମୁଖ୍ୟମନ୍ତ୍ରୀ, ପରେ ବିରୋଧୀ ଦଳର ନେତା ତଥା ବର୍ତ୍ତମାନ ଉପମୁଖ୍ୟମନ୍ତ୍ରୀ ହୋଇଥିଲେ। ରାଜ୍ୟବାସୀ ଅନେକ ପରିବର୍ତ୍ତନ ଦେଖିଛନ୍ତି, କିନ୍ତୁ ବର୍ତ୍ତମାନ କୌଣସି ପରିବର୍ତ୍ତନ ହେବ ନାହିଁ।
ପଡନବିସ କିଛି ଦିନ ପୂର୍ବରୁ ଗଣମାଧ୍ୟମ ସମ୍ମୁଖରେ ସ୍ପଷ୍ଟ କରିଦେଇଥିଲେ ଯେ, ଏକନାଥ ଶିନ୍ଦେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ରହିବେ ଏବଂ ବର୍ତ୍ତମାନ ସେ ବିଧାନସଭାରେ ସମାନ କଥା ସ୍ପଷ୍ଟ କରିଛନ୍ତି। ଏଥି ସହିତ ଦୁଇ ଦିନ ପୂର୍ବେ ଅଜିତ ପାୱାର ପୁଣେରେ କହିଥିଲେ,ରାଜ୍ୟର ମୁଖ୍ୟମନ୍ତ୍ରୀ ହେଉଛନ୍ତି ଏକନାଥ ଶିନ୍ଦେ। ମୁଁ ଏବଂ ଦେବେନ୍ଦ୍ର ଫଡନବିସ ଉପମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛୁ ସେଥିପାଇଁ ଆମେ ପାଇଥିବା ଦାୟିତ୍ୱକୁ ପୂରଣ କରିବା ଉଚିତ୍‌। ଅଜିତ ପାୱାରଙ୍କୁ ଭାଜପା ମୁଖ୍ୟମନ୍ତ୍ରୀ ପଦବୀ ଦେବ ବୋଲି ବିରୋଧୀ କଂଗ୍ରେସ ନେତା ପୃଥ୍ବୀରାଜ ଚୌହାନ ଏବଂ ଶିବସେନା ଏମ୍‌ପି ସଞ୍ଜୟ ରାଉତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri