Posted inଜାତୀୟ

ଶାହାଙ୍କଠାରେ ଏମିତି ଦାବି କଲେ ଅଜିତ ପାଓ୍ବାର: ଭାଜପାର ବଢିଗଲା ଟେନସନ୍‌

ପୁଣେ,୨୪।୭:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ସକ୍ରିୟ ଭୂମିକା ଗ୍ରହଣ କରିଛନ୍ତି। ଏହି କ୍ରମରେ ବୁଧବାର ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ରାଷ୍ଟ୍ରୀୟ ସଭାପତି ଅଜିତ ପାୱାର ଦିଲ୍ଲୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ଆସନ ବଣ୍ଟନ ପାଇଁ ଏହି ବୈଠକ ଆୟୋଜିତ ହୋଇଥିଲା।
ପ୍ରକାଶ ଯେ, ଏହି ବୈଠକରେ ଅଜିତ ପାୱାର ଯଥାଶୀଘ୍ର ଆସନ ବଣ୍ଟନକୁ ଶେଷ କରିବାକୁ ଜିଦ ଧରିଥିଲେ ଏବଂ ଲୋକ ସଭା ନିର୍ବାଚନ ପରି ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ଆସନ ବଣ୍ଟନ ନ ଯିବା ଉପରେ ସେ ଜୋର ଧରିଥିଲେ। ବୁଧବାର ବରିଷ୍ଠ ଭାଜପା ନେତା ତଥା ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ମଧ୍ୟ ଦିଲ୍ଲୀରେ ପହଞ୍ଚିଛନ୍ତି।
ଶାସକ ମିଳିତ ମେଣ୍ଟରେ ଯୋଗଦେବା ପ୍ରତିଶ୍ରୁତି ଅନୁଯାୟୀ, ଅଜିତ ପାୱାର ପ୍ରାୟ ୮୦ରୁ ୯୦ଟି ଆସନ ଦାବି କରିଛନ୍ତି। ପଶ୍ଚିମ ମହାରାଷ୍ଟ୍ର, ମରାଠାୱାଡା ଏବଂ ଉତ୍ତର ମହାରାଷ୍ଟ୍ର (ଖଣ୍ଡେଶ) ଅଞ୍ଚଳର ୨୦ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନଜର ରଖିଛନ୍ତି। ମୁମ୍ବାଇରେ ଚାରି ରୁ ପାଞ୍ଚଟି ଆସନ ଅଛି, ଯେଉଁଠାରେ ଅଜିତ ପାୱାର କଂଗ୍ରେସ ବିରୋଧରେ ଲଢିବାକୁ ଚିନ୍ତା କରୁଛନ୍ତି।
ଅକ୍ଟୋବର ୨୦୨୪ରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବ। ରାଜ୍ୟର ୨୮୮ ବିଧାନସଭା ଆସନରେ କଡ଼ା ପ୍ରତିଯୋଗିତା ଆଶା କରାଯାଉଛି। ଏହି କାରଣରୁ କୌଣସି ରାଜନୈତିକ ଦଳ ସୁଯୋଗ ହାତଛଡା କରିବାକୁ ପ୍ରସ୍ତୁତ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri