Posted inଜାତୀୟ

ନିଜ ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କଲେ ଅଜିତ ପାଓ୍ବାର, ମହାରାଷ୍ଟ୍ର ରାଜନୀତିରେ ବଡ଼ ହଲଚଲ

ମୁମ୍ବାଇ,୨୯।୮: ସିନ୍ଧୁ ଦୁର୍ଗରେ ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଭାଙ୍ଗିଯିବା ଘଟଣାରେ ମହାରାଷ୍ଟ୍ର ରାଜନୀତି ସରଗରମ ଅଛି। କ୍ଷମତାସୀନ ସରକାର ଓ ବିରୋଧୀଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଲାଗି ରହିଛି। ଶିବାଜୀଙ୍କ ମୂର୍ତ୍ତି ଭାଙ୍ଗିଯିବାକୁ ନେଇ ବିରୋଧୀ କ୍ଷମତାସୀନ ଭାଜପା-ଶିବସେନା-ଏନସିପି ମେଣ୍ଟ ସରକାରକୁ ଟାର୍ଗେଟ କରୁଛି। ତେବେ ଏହାରି ଭିତରେ ମହାରାଷ୍ଟ୍ର ଡେପୁଟି ସିଏମ ଅଜିତ ପାୱାର ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତ, ଏଥିପାଇଁ ମୁଁ ମହାରାଷ୍ଟ୍ରର ୧୩କୋଟି ଲୋକଙ୍କୁ କ୍ଷମା ମାଗୁଛି। ଛତ୍ରପତି ଶିବାଜୀ ମହାରାଜ ଆମର ଭଗବାନ। ଗୋଟିଏ ବର୍ଷ ମଧ୍ୟରେ ଏହିପରି ତାଙ୍କର ପ୍ରତିମା ଭାଙ୍ଗିଯିବା ସମସ୍ତଙ୍କୁ ଚକିତ କରିଛି।

ସେ କହିଛନ୍ତି, ଗତ ବର୍ଷ ନୌସେନା ଦିବସରେ ମାଲୱାନର ରାଜକୋଟ ଦୁର୍ଗରେ ମହାରାଷ୍ଟ୍ରର ଆଇକନ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରାଯାଇଥିଲା। ମହାରାଷ୍ଟ୍ରର ସେହି ପ୍ରତିମୂର୍ତ୍ତିର ପତନ ଘଟଣା ମୋ ପାଇଁ ଅତ୍ୟନ୍ତ ଦୁଖଦାୟକ। ସରକାରଙ୍କ ଅଂଶ ଭାବରେ ମୁଁ ସର୍ବସାଧାରଣରେ କ୍ଷମା ପ୍ରାର୍ଥନା କରୁଛି।

ମହାରାଜଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବା ସମୟରେ ଭୌଗାଳିକ ଅବସ୍ଥା ଏବଂ ଜଳବାୟୁ ଭଳି ଗୁରୁତ୍ୱପୂର୍ଣ୍ଣ ଦିଗଗୁଡିକ ଅଧ୍ୟୟନ କରାଯାଇଥିଲା କି ବୋଲି ସେ ପ୍ରଶ୍ନ ଉଠାଇଛନ୍ତି। ଅଜିତ ପାୱାର କହିଛନ୍ତି, ଦୁର୍ଗରେ ଯଥାଶୀଘ୍ର ମହାରାଜାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଏଥିସହ ଅବହେଳିତ ବ୍ୟକ୍ତିଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ରାଜ୍ୟ ନିର୍ବାଚନର କିଛିମାସ ପୂର୍ବରୁ ମହାରାଷ୍ଟ୍ରର କ୍ଷମତାସୀନ ମେଣ୍ଟ ସରକାରଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଅଜିତ ପାଓ୍ବାରଙ୍କ ଗୋଷ୍ଠୀ ଏନସିପି ଶିବାଜୀଙ୍କ ମୂର୍ତ୍ତିୀ ଭାଙ୍ଗିଯିବା ଘଟଣାର ନିନ୍ଦା କରିଛି। ଏଥିସହ ମୌନ ବିରୋଧ ପ୍ରଦର୍ଶନ ପାଇଁ ନିଷ୍ପତ୍ତି ନେଇଛି। ଅଜିତଙ୍କ ଦ୍ୱାରା ନିଜ ସରକାରଙ୍କ ବିରୋଧରେ ଖୋଲିଥିବା ମୋର୍ଚ୍ଚାକୁ ନେଇ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ତେବେ ନିର୍ବାଚନ ପୂର୍ବରୁ ରାଜନୈତିକ ସମୀକରଣ ବଦଳିପାରେ ବୋଲି ମଧ୍ୟ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?