Posted inଜାତୀୟ

ଅଜିତ ପାଓ୍ବାର ହେବେ ମୁଖ୍ୟମନ୍ତ୍ରୀ: କଂଗ୍ରେସ ନେତା…

ମୁମ୍ବାଇ,୪।୧୦ : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ମଙ୍ଗଳବାର କ୍ୟାବିନେଟ ବୈଠକରେ ଯୋଗ ନ ଦେବା ପରେ ରାଜ୍ୟ ରାଜନୀତିରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଥିବା ଜଣାପଡିଛି। ଚର୍ଜା ହେଉଛି ଚାଚା ଶରଦ ପାୱାରଙ୍କଠାରୁ ଅଲଗା ହୋଇ ଭାଜପା ଶିବିରରେ ଯୋଗ ଦେଇଥିବା ଅଜିତ ପାୱାର ରାଗିଛନ୍ତି। ଏହି ସମୟରେ କଂଗ୍ରେସ ନେତା ସଞ୍ଜୟ ନିରୁପମ କହିଛନ୍ତି ଅଜିତ ପାୱାରଙ୍କୁ ରାଜ୍ୟରେ ସରକାର ଚଳାଇବା ପାଇଁ ଭାଜପା ଏକ ସୁଯୋଗ ଦେଇପାରେ।

ସେ କହିଛନ୍ତି ମହାରାଷ୍ଟ୍ରରେ ଚାଲୁଥିବା ସରକାର ସାମ୍ବିଧାନିକ ନୁହେଁ ଏବଂ କ୍ଷମତାଚ୍ୟୁତ କରି ଜବରଦଖଲ ଦ୍ୱାରା ଗଠିତ ହୋଇଛି। ଭାରତୀୟ ଜନତା ପାଟ ରାଜ୍ୟରେ ସରକାର ଗଠନ କରିଥିଲା, କିନ୍ତୁ ଏବେ ଏହା ସଙ୍କଟରେ ଅଛି । ଏହା ଉପରେ ପ୍ରଥମ ସଙ୍କଟ ସାମ୍ବିଧାନିକ, ଯେଉଁଥିରେ ମୂଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଗୋଷ୍ଠୀର ୧୬ ଜଣ ବିଧାୟକଙ୍କ ସଦସ୍ୟତା ରଦ୍ଦ ହୋଇପାରେ। ତେବେ ସରକାର ସେମାନଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି। ଦ୍ୱିତୀୟ ସମସ୍ୟା ହେଉଛି ଏଭଳି କ୍ଷମତାଚ୍ୟୁତ ସରକାର ଗଠନ କରି ଭାଜପାର ସମର୍ଥନ ଆଧାର ହ୍ରାସ ପାଉଛି । ଫଳରେ ଦଳକୁ କୌଣସି ଲାଭ ମିଳୁ ନାହିଁ।

ଶିବସେନା ଭାଙ୍ଗିବା ପରେ ଶିନ୍ଦେଙ୍କ ଗୋଷ୍ଠୀ ମରାଠା ଭୋଟ ପାଇବା ଭଳି ମନେହୁଏ ନାହିଁ। ଅଜିତ ପାୱାର ମଧ୍ୟ ଅସନ୍ତୁଷ୍ଟ ଦେଖାଯାଉଛନ୍ତି। ତାଙ୍କର ଅସନ୍ତୁଷ୍ଟ ନାଟକ ସ୍ପଷ୍ଟ ଭାବେ ଦୃଶ୍ୟମାନ ହେଉଛି। ତାଙ୍କୁ ମୁଖ୍ୟମନ୍ତ୍ରୀ ହେବାକୁ ପ୍ରତିଶ୍ରୁତି ଦିଆଯାଇଥିଲା, କିନ୍ତୁ ଏଥିପାଇଁ ବହୁତ ସମୟ ଲାଗୁଛି।

ମୁଁ ଭାବୁଛି ଆଗାମୀ ଦିନରେ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଆସୁଛି ଏବଂ ଭାଜପା ଏକନାଥ ଶିନ୍ଦେଙ୍କୁ କ୍ଷୀରରେ ପଡ଼ିଥିବା ମାଛି ପରି ଫିଙ୍ଗି ଦେବ। ଏହି କାରଣରୁ ଶିନ୍ଦେ ଗୋଷ୍ଠୀଙ୍କର ଚିନ୍ତା ବଢ଼ିବାରେ ଲାଗିଛି।

ଏହା ସମ୍ଭବ ଆସନ୍ତା ସମୟରେ ଲୋକସଭା ନିର୍ବାଚନ ପାଇଁ ରଣନୀତି ଅନୁଯାୟୀ ରାଜ୍ୟରେ ରାଷ୍ଟ୍ରପତିଙ୍କ ଶାସନ ଲାଗୁ କରାଯାଇପାରେ କିମ୍ବା ଅଜିତ ପାୱାରଙ୍କୁ ସରକାର ଚଳାଇବା ପାଇଁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ପ୍ରଦାନ କରାଯାଇପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?