Posted inଜାତୀୟ

ଶରଦ ପାୱାରଙ୍କୁ ଭେଟିବା ପରେ ଦିଲ୍ଲୀରେ ପହଞ୍ଚିଲେ ଅଜିତ ପାୱାର, ଜାଣନ୍ତୁ କ’ଣ ରହିଛି କାରଣ ?

ନୂଆଦିଲ୍ଲୀ,୧୦।୧୧: ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାର ଶୁକ୍ରବାର ରାଷ୍ଟ୍ରବାଦୀ କଂଗ୍ରେସ ମୁଖ୍ୟ ଶରଦ ପାୱାରଙ୍କୁ ଭେଟିଛନ୍ତି। ଏହା ପରେ ଅଜିତ ତୁରନ୍ତ ଦିଲ୍ଲୀରେ ଯାଇ ପହଞ୍ଚିଛନ୍ତି। ଏଠାରେ ସେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ପାରନ୍ତି। ଦୁଇ ନେତାଙ୍କ ସାକ୍ଷାତ ଏପରି ସମୟରେ ହେଉଛି, ଯେଉଁ ସମୟରେ ଦିଲ୍ଲୀରେ ଅଜିତ ପାୱାର ଗୋଷ୍ଠୀଙ୍କ ବୈଠକ ହେବାର ସମ୍ଭାବନା ରହିଛି। ଏହାବାଦ ଶରଦଙ୍କ ସହିତ ସାକ୍ଷାତ କରି ଦିଲ୍ଲୀ ଯାଇ ଶାହାଙ୍କୁ ଭେଟିବା ଖବର ଅନେକ ଚର୍ଚ୍ଚା ସୃଷ୍ଟି।

ତେବେ ସମସ୍ତ ଚର୍ଚ୍ଚାକୁ ଖଣ୍ଡନ କରି ଶରଦ ପାୱାରଙ୍କ ଭଉଣୀ କହିଛନ୍ତି ଯେ, ଏହି ସାକ୍ଷାତ ସମ୍ପୂର୍ଣ୍ଣ ପାରିବାରିକ ଥିଲା। ଜନ୍ମଦିନ ଅବସରରେ ଶରଦ ପାୱାର ଏବଂ ଅଜିତ ପାୱାରଙ୍କ ଭେଟ ପ୍ରତାପରାଓ ପାୱାରଙ୍କ ଘରେ ହୋଇଥିଲା। ଏହା ସହିତ ସେ କହିଛନ୍ତି ‘ଆମେ ଯେବେ ଦେଖା ହେଉ ଜଣେ ଆଉ ଜଣଙ୍କର ପରିହାସ କରିଥାଉ, ଆମେ ବହୁତ ଖୁସି କାରଣ ସମସ୍ତେ ବହୁତ ଦିନ ପରେ ଭେଟ ହୋଇଛନ୍ତି।’

ଅନ୍ୟପଟେ ଏହି ଭେଟଘାଟକୁ ନେଇ ଶରଦ ପାୱାରଙ୍କ ଗୋଷ୍ଠୀ ପକ୍ଷରୁ ମଧ୍ୟ ପ୍ରତିକ୍ରିୟା ଆସିଛି। ଜୟନ୍ତ ପାଟିଲ କହିଛନ୍ତି ଯେ, ଦୁଇନେତାଙ୍କ ସାକ୍ଷାତ ପାରିବାରିକ ଥିବାରୁ ସେ କିଛି କହିପାରିବେ ନାହିଁ।

କଣ ଚର୍ଚ୍ଚା ହୋଇପାରେ ?

ବର୍ତମାନ ମହାରାଷ୍ଟ୍ରର ସବୁଠୁ ବଡ଼ ବିଷୟ ହେଉଛି ମରାଠା ସଂରକ୍ଷଣ ମାମଲା। ଦୁଇ ନେତାଙ୍କ ମଧ୍ୟରେ ଏହି ବିଷୟ ଉପରେ ଆଲୋଚନା ହୋଇପାରେ। କାରଣ ଦିନକୁ ଦିନ ରାଜ୍ୟରେ ଏହାକୁନେଇ ଆନ୍ଦୋଳନ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri