Posted inଜାତୀୟ

ଅଜିତ ପାଓ୍ବାରଙ୍କ ମୁଖ୍ୟମନ୍ତ୍ରୀ ମୋହ ଛାଡିନି: ଶିନ୍ଦେ, ଫଡନଭିସଙ୍କ ଉପସ୍ଥିତିରେ କହିଦେଲେ ଏମିତି କଥା

ପୁଣେ,୮।୮: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ବୟାନବାଜି ତୀବ୍ର ହେବାରେ ଲାଗିଛି। ଏହି କ୍ରମରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏକ ବଡ଼ କଥା କହିଦେଇଛନ୍ତି। ସେ କହିଛନ୍ତି, ଯଦି ଭାଜପା ଏବଂ ଶିବସେନା ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ପ୍ରଦାନ କରିଥାନ୍ତେ ତେବେ ସେ ତାଙ୍କ ସହିତ ସମଗ୍ର ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ଆଣିଥାନ୍ତେ। କାରଣ ରାଜନୀତିରେ ମୁଁ ଉଭୟ ମୁଖ୍ୟମନ୍ତ୍ରୀ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କ ଅପେକ୍ଷା ବରିଷ୍ଠ। ବର୍ତ୍ତମାନର ମୁଖ୍ୟମନ୍ତ୍ରୀଙ୍କ ଜୀବନୀ ‘ଯୋଦ୍ଧା କର୍ମଯୋଗୀ- ଏକନାଥ ସଂଭାଜୀ ଶିନ୍ଦେ’ ରିଲିଜ ଅବସରରେ ପାୱାର ଏକ ହାସ୍ୟାସ୍ପଦ ସ୍ବରରେ ଏହା କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଶିନ୍ଦେ ଏବଂ ଫଡନାଭିସ ମଧ୍ୟ ଉପସ୍ଥିତ ଥିଲେ।

ଜୁଲାଇ ୨୦୨୩ରେ ଅଜିତ ପାୱାର ତାଙ୍କ ଦାଦା ଶରଦ ପାୱାରଙ୍କ ବିରୋଧରେ ବିଦ୍ରୋହ କରି ଏନସିପି ଭାଙ୍ଗି ଭାଜପା-ଶିବସେନା ସରକାରରେ ଯୋଗ ଦେଇଥିଲେ। ଅଜିତ ପାୱାର କହିଛନ୍ତି, ସମସ୍ତେ ଆଗକୁ ଯାଇଥିଲେ ଏବଂ ମୁଁ ପଛରେ ରହିଥିଲି। ପୂର୍ବତନ ମୁଖ୍ୟମନ୍ତ୍ରୀ ଫଡନାଭିସ ୧୯୯୯ରେ, ୨୦୦୪ରେ ଶିନ୍ଦେ, ୧୯୯୦ରେ ମୁଁ ପ୍ରଥମ ଥର ପାଇଁ ବିଧାନସଭା ସଦସ୍ୟ ହୋଇଥିଲୁ। ମୁଁ ଥଟ୍ଟା କରି କିଛି ଲୋକଙ୍କୁ କହିଥିଲି ଯେ ଯେତେବେଳେ ତୁମେ (ବୋଧହୁଏ ଭାଜପା ଆଡକୁ ଇଙ୍ଗିତ କରି) ଏକନାଥ ଶିନ୍ଦେଙ୍କୁ ଏତେ ସଂଖ୍ୟକ ବିଧାୟକଙ୍କ ସହ ଆସିବାକୁ କହିଥିଲେ ଏବଂ ତାଙ୍କୁ ମୁଖ୍ୟମନ୍ତ୍ରୀ କରାଯିବ … ତେବେ ତୁମେ ମୋତେ ପଚାରିବା ଉଚିତ୍‌ ଥିଲା। ମୁଁ ପୁରା ପାର୍ଟିକୁ ସାଙ୍ଗରେ ଆଣିଥାନ୍ତେ। ଫଡନାଭିସ, ଶିନ୍ଦେ ଏବଂ ଅଜିତ ପାୱାର ନିଜେ ମଧ୍ୟ ଏହା ଉପରେ ହସିବାକୁ ଲାଗିଲେ।
ଏହାପରେ ଅଜିତ୍‌ ପାଓ୍ବାର୍‌ କହିଥିଲେ, ଏହା ଏକ ପରିହାସ, ଏହାକୁ ଛାଡିଦିଅ। ଜୀବନରେ ଯାହା ଘଟେ ତାହା ହେଉଛି ଭାଗ୍ୟରେ ଲେଖା। ଆମେ ଆମର କାର୍ଯ୍ୟ ଜାରି ରଖିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?