Posted inଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଅଜିତ ପାଓ୍ବାରଙ୍କ ଦଳ

ନୂଆଦିଲ୍ଲୀ,୨୮।୧୨: ଅଜିତ ପାୱାରଙ୍କ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ଦିଲ୍ଲୀ ବିଧାନସଭା ନିର୍ବାଚନରେ ନିଜ ପ୍ରାର୍ଥୀଙ୍କୁ ସ୍ଥାନ ଦେଇଛି। ଏନସିପି ୧୧ଜଣ ପ୍ରାର୍ଥୀଙ୍କୁ ଟିକେଟ ଦେଇଛି । ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଦଳ ଭାଜପା ସହ ମିଳିତ ଭାବେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲା, କିନ୍ତୁ ଦିଲ୍ଲୀରେ ଦଳ ୧୧ଟି ଆସନରେ ନିଜର ପ୍ରାର୍ଥୀ ରଖିଛି।
ଏନସିପି ସଂସଦୀୟ ବୋର୍ଡର ଅନୁମୋଦନ ପରେ ପ୍ରଥମ ପର୍ଯ୍ୟାୟରେ ୧୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏନସିପି ବୁରାଡି, ବାଦଲି, ମଙ୍ଗୋଲପୁରୀ, ଚାନ୍ଦନୀ ଚୌକ, ବଲି ମାରନ, ଛତରପୁର, ସଙ୍ଗମ ବିହାର, ଓଖଲା, ଲକ୍ଷ୍ମୀ ନଗର, ସୀମା ପୁରୀ ଏବଂ ଗୋକୁଲ ପୁରୀରୁ ପ୍ରାର୍ଥୀ ଘୋଷଣା କରିଛି।
ନିକଟରେ ଏନସିପି ନେତା ପ୍ରଫୁଲ୍ଲ ପଟେଲ କହିଛନ୍ତି ଯେ ତାଙ୍କ ଦଳ ପୂର୍ବରୁ ଦିଲ୍ଲୀରେ ନିର୍ବାଚନ ଲଢୁଛନ୍ତି ଏବଂ ଏଥର ମଧ୍ୟ ନିର୍ବାଚନ ଲଢିବେ। ମେଣ୍ଟ ପାଇଁ ଏନଡିଏ ସହ ଆଲୋଚନା ମଧ୍ୟ କରାଯିବ ବୋଲି ସେ କହିଛନ୍ତି। ତେବେ ଏନସିପି ଯେଉଁଭଳି ଭାବରେ ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି, ଏହା ସ୍ପଷ୍ଟ ହୋଇଛି ଯେ ଏହା ଭାଜପା ସହ ମିଳିତ ଭାବେ ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri