ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୬ ଜଣ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା ସମୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।
ଚାରିଆଡେ ବିମାନର ଖଣ୍ଡ ବିଖଣ୍ଡିତ ଅଂଶ ପଡିଛି।
#WATCH | Mumbai to Baramati charter plane crash landed at 8.45 am in Baramati, Maharashtra today. Deputy CM Ajit Pawar was on board.
Visuals from the spot. pic.twitter.com/A8edBaeUbM
— ANI (@ANI) January 28, 2026
Maharashtra: Plane with Ajit Pawar on board crashes in Baramati, further details awaited
Read @ANI Story | https://t.co/Nq6CoOmusD#AjitPawar #Maharashtra #Baramati pic.twitter.com/bC6Bv81vy4
— ANI Digital (@ani_digital) January 28, 2026
ରିପୋର୍ଟ ଅନୁସାରେ, ଏହା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ ଥିଲା। ପ୍ରଶାସନ ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ମୂଲ୍ୟାଙ୍କନ କରୁଛନ୍ତି। ଅଜିତ ପାୱାରଙ୍କ ବ୍ୟତୀତ ଏଥିରେ ଅନ୍ୟ ୬ ଜଣ ଥିଲେ। ସେ ବାରାମତିରେ ନିର୍ବାଚନ ପ୍ରଚାର ପାଇଁ ଯାଉଥିଲେ।

