Posted inଜାତୀୟ

ଏତେ ଭୟଙ୍କର ଥିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା, ଭିଡିଓ ଦେଖିଲେ ଥରିଉଠିବ ଛାତି…

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୬ ଜଣ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା ସମୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।
ଚାରିଆଡେ ବିମାନର ଖଣ୍ଡ ବିଖଣ୍ଡିତ ଅଂଶ ପଡିଛି।

ରିପୋର୍ଟ ଅନୁସାରେ, ଏହା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ ଥିଲା। ପ୍ରଶାସନ ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ମୂଲ୍ୟାଙ୍କନ କରୁଛନ୍ତି। ଅଜିତ ପାୱାରଙ୍କ ବ୍ୟତୀତ ଏଥିରେ ଅନ୍ୟ ୬ ଜଣ ଥିଲେ। ସେ ବାରାମତିରେ ନିର୍ବାଚନ ପ୍ରଚାର ପାଇଁ ଯାଉଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri