ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ଅଜିତ ପାୱାର ମଧ୍ୟ ବିମାନରେ ଥିଲେ। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ ଅଜିତ ପାୱାର ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଦୁର୍ଘଟଣାଗ୍ରସ୍ତ ବିମାନରୁ ପ୍ରଥମ ମୃତଦେହ ଉଦ୍ଧାର କରାଯାଇଛି। ଅଜିତଙ୍କ ବ୍ୟତୀତ ଏଥିରେ ଅନ୍ୟ ୬ ଜଣ ଥିଲେ। ଅଜିତ ପାୱାର ବାରାମତିରେ ନିର୍ବାଚନ ପ୍ରଚାର ପାଇଁ ଯାଉଥିଲେ।
ରିପୋର୍ଟ ଅନୁସାରେ, ଏହା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ ଥିଲା। ସୂତ୍ର ଅନୁଯାୟୀ ବିମାନରେ ଥିବା କିଛି ଲୋକ ଆହତ ହୋଇଛନ୍ତି। ତଥାପି ଅଜିତଙ୍କ ଅବସ୍ଥା ସମ୍ପର୍କରେ ସରକାରୀ ନିଶ୍ଚିତକରଣ ଅପେକ୍ଷାରେ ଅଛି। ପ୍ରଶାସନ ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ମୂଲ୍ୟାଙ୍କନ କରୁଛନ୍ତି।
Dharitri – Odisha’s No.1 Odia Daily

