Posted inଜାତୀୟ

ଅଜିତ ଶୀଘ୍ର ହେବେ ମୁଖ୍ୟମନ୍ତ୍ରୀ ଟୁଇଟ ନେଇ ଚର୍ଚ୍ଚା, ମୋଦିଙ୍କୁ ଭେଟିଲେ ଶିନ୍ଦେ…

ମୁମ୍ବାଇ,୨୨।୭ : ମହାରାଷ୍ଟ୍ରର ରାଜନୀତି ଏକ ବଡ଼ ଧରଣର ରାଜନୈତିକ ଅଶାନ୍ତି ସମୟ ଦେଇ ଗତି କରୁଛି। ବର୍ତ୍ତମାନ ଏନସିପି ନେତାଙ୍କ ଏକ ଦାବି ସୂଚାଇ ଦେଉଛି ରାଜ୍ୟ ରାଜନୀତିରେ ଆଉ ଏକ ବଡ଼ ରାଜନୈତିକ ଘଟଣା ଘଟିବାକୁ ଯାଉଛି। ବାସ୍ତବରେ ଏନସିପି ବିଧାୟକ ଆମୋଲ ମିଟକରୀ ଏକ ଟୁଇଟ କରିଛନ୍ତି ଯେଉଁଥିରେ ସେ କହିଛନ୍ତି ଅଜିତ ପାୱାର ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ହେବେ।

ଅଜିତ ପାୱାର ଶନିବାର ତାଙ୍କର ୬୪ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଅଜିତ ପାୱାରଙ୍କ ସମର୍ଥକମାନେ ତାଙ୍କୁ ମହାରାଷ୍ଟ୍ରରେ ଶୁଭକାମନା ଜଣାଇ ହୋର୍ଡିଂ ଲଗାଇଛନ୍ତି। କେତେକ ହୋର୍ଡିଂରେ ଅଜିତ ପାୱାରଙ୍କୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ବୋଲି ଉଲ୍ଲେଖ କରାଯାଇଛି। ଏଥି ସହିତ, ଏନସିପି ବିଧାୟକ ଆମୋଲ ମିଟକରୀଙ୍କ ଏକ ଟୁଇଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ଏହି ଟୁଇଟର କ୍ୟାପଶନରେ ଏନସିପି ବିଧାୟକ ମରାଠୀରେ ଲେଖିଛନ୍ତି, ମୁଁ ଅଜିତ ଅନନ୍ତରାଓ ପାୱାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଉଛି।

ଅଜିତ ପାୱାରଙ୍କ ସିଏମ ହେବା ନେଇ ଆଲୋଚନା ମଧ୍ୟ ଶକ୍ତି ହାସଲ କରୁଛି କାରଣ ବର୍ତ୍ତମାନର ସିଏମ ଏକନାଥ ଶିନ୍ଦେ ଶନିବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପାଇଁ ଦିଲ୍ଲୀରେ ପହଞ୍ଚିଥିଲେ। ତେବେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଶିନ୍ଦେ କହିଛନ୍ତି ବର୍ଷା, ରାୟଗଡ ଘଟଣା ଏବଂ ରାଜ୍ୟରେ ଚାଲିଥିବା ପ୍ରକଳ୍ପ ବିଷୟରେ ଆମେ ଆଲୋଚନା କରିଛୁ।

ସୂଚନାଯୋଗ୍ୟ, ଶିବସେନା (ଉଦ୍ଧବ) ନେତା ସଞ୍ଜୟ ରାଉତ ମଧ୍ୟ କହିଥିଲେ ଅଜିତ ପାୱାର ଖୁବ ଶୀଘ୍ର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି।ରାଜ୍ୟରେ ଶିବସେନା (ଶିନ୍ଦେ) ଏବଂ ଭାଜପା ମିଳିତ ସରକାର ଗଠନ ପରେ ନିର୍ବାଚନରେ ମିଳିତ ମଞ୍ଚ ପରାଜୟର ସମ୍ମୁଖୀନ ହୋଇଛି। ଶିନ୍ଦେ ଶିବସେନାର ଭୋଟ ବ୍ୟାଙ୍କକୁ ସ୍ଥାନାନ୍ତର କରିବାରେ ସକ୍ଷମ ନୁହଁନ୍ତି ବୋଲି ମଧ୍ୟ ଆଲୋଚନା ହେଉଛି। ଏହି କାରଣରୁ ଏମଭିଏର ସାମ୍ନା କରିବାକୁ ଅଜିତ ପାୱାରଙ୍କ ପରି ଭାଜପାର ଜଣେ ବଡ ନେତା ଦରକାର। ଏଭଳି ପରିସ୍ଥିତିରେ ଅଜିତ ପାୱାରଙ୍କ ମହାରାଷ୍ଟ୍ରର ସିଏମ ହେବା କଥାକୁ ଅସ୍ବୀକାର କରାଯାଇପାରିବ ନାହିଁ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?